ବିପ୍ଲବୀ ପରିକ୍ରମା ଡିଜିଟାଲ:- ଦେଶରେ କରୋନାର ମାତ୍ରା ବଢିଥିବା ବେଳେ ଆଜି ୫ ହଜାର ୩୬୪ରେ ପହଞ୍ଚିଛି ଆକ୍ଟିଭ କେସ୍ । ସୁସ୍ଥ ହୋଇ ଫେରିଛନ୍ତି ୪ ହଜାର ୭୨୪ ଜଣ । ଗତ ୨୪ ଘଣ୍ଟାରେ ଦେଶରେ ୪୯୮ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ୮ ଜଣଙ୍କ ମୃତ୍ୟୁ ହୋଇଛି। କେରଳରେ ସର୍ବାଧିକ ୧୬୭୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଅନ୍ୟପଟେ ଦେଶରେ କରୋନା ସଂକ୍ରମଣ ବଢୁଥିବାରୁ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଜାରି କରାଯାଇଛି ଆଡଭାଇଜରୀ । ଜନଗହଳିପୂର୍ଣ୍ଣ ରେଳଷ୍ଟେସନ, ବସଷ୍ଟାଣ୍ଡ ଓ ଏୟାରପୋର୍ଟରେ ମାସ୍କ ପିନ୍ଧିବାକୁ ପରାମର୍ଶ ଦିଆଯାଇଛି । ବିଶେଷକରି ଗର୍ଭବତୀ ମହିଳା, ଶିଶୁ, ବୟସ୍କ ଏବଂ ଜଟିଳ ରୋଗରେ ଆକ୍ରାନ୍ତ ବ୍ୟକ୍ତିଙ୍କୁ ସାମାଜିକ ଦୂରତା ରକ୍ଷା କରିବାକୁ କୁହାଯାଇଛି ।ନିୟମିତ ହାତ ଧୋଇବା କିମ୍ବା ହ୍ୟାଣ୍ଡ ସାନିଟାଇଜ ବ୍ୟବହାର ପରାମର୍ଶ ଦିଆଯାଇଛି । ଜ୍ବର, ଥଣ୍ଡା, କାଶ , ଗଳା ଯନ୍ତ୍ରଣା କିମ୍ବା ଶ୍ବାସକ୍ରିୟା ସମସ୍ୟା ପରି ଲକ୍ଷଣ ଦେଖାଦେଲେ ତୁରନ୍ତ ନିକଟସ୍ଥ ସ୍ବାସ୍ଥ୍ୟ କେନ୍ଦ୍ରରେ ପରାମର୍ଶ କରନ୍ତୁ । ସମସ୍ତ ରାଜ୍ୟକୁ ପରିସ୍ଥିତିର ମୁକାବିଲା କରିବାକୁ କେନ୍ଦ୍ର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ମଧ୍ୟ ପରାମର୍ଶ ଦିଆଯାଇଛି । ରାଜ୍ୟଗୁଡ଼ିକୁ ଅକ୍ସିଜେନ, ଆଇସୋଲେସନ ବେଡ଼, ଭେଣ୍ଟିଲେଟର ଓ ଆବଶ୍ୟକ ଔଷଧର ଉପଲବ୍ଧତା ସୁନିଶ୍ଚିତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି l କେରଳ ପରେ ଗୁଜରାଟରେ ଦ୍ବିତୀୟ ସର୍ବାଧିକ ସଂକ୍ରମଣ । ୬୧୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଦିଲ୍ଲୀ ଏବଂ ପଶ୍ଚିମବଙ୍ଗରେ ୫୦୦ରୁ ଅଧିକ କେସ୍ । କୋଭିଡ ସଂକ୍ରମଣ ବଢୁଥିବାରୁ ଜନଗହଳି ସ୍ଥାନରେ ମାସ୍କ ପିନ୍ଧିବାକୁ ପରାମର୍ଶ ଦିଆଯାଇଛି । ରାଜ୍ୟରେ ଏଯାଏ ୩୮ଟି କୋଭିଡ କେସ ଚିହ୍ନଟ ହୋଇଛି । ୭୫୫ଟି ନମୁନା ପରୀକ୍ଷା କରାଯାଇଥିବା ବେଳେ ସେଥିରୁ ୩୮ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମସ୍ତ ରାଜ୍ୟକୁ ପରିସ୍ଥିତିର ମୁକାବିଲା କରିବାକୁ କେନ୍ଦ୍ର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ମଧ୍ୟ ପରାମର୍ଶ ଦିଆଯାଇଛି । ରାଜ୍ୟଗୁଡ଼ିକୁ ଅକ୍ସିଜେନ, ଆଇସୋଲେସନ ବେଡ଼, ଭେଣ୍ଟିଲେଟର ଓ ଆବଶ୍ୟକ ଔଷଧର ଉପଲବ୍ଧତା ସୁନିଶ୍ଚିତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।