ଗଜପତି ( ବିପ୍ଲବୀ ପରିକ୍ରମା ଡିଜିଟାଲ ):- ଗଜପତିରେ ଆରମ୍ଭ ହେଲା ୮୦ ବର୍ଷରୁ ଉର୍ଦ୍ଧ୍ବ ଓ ୮୦ ପ୍ରତିଶତ ଭିନ୍ନକ୍ଷମ ହିତାଧିକାରୀଙ୍କ ବର୍ଦ୍ଧିତ ଭତ୍ତା ପ୍ରଦାନ। ଜନସେବା ଦିବସ ଅବସରରେ ଭର୍ଚୁଆଲ ମାଧ୍ୟମରେ ଏହାର ଶୁଭାରମ୍ଭ କରିଛନ୍ତି ମୂଖ୍ୟମନ୍ତ୍ରୀ ମୋହନ ମାଝୀ। ସ୍ଥାନୀୟ ବିଜୁ କଲ୍ୟାଣ ମଣ୍ଡପ ଠାରେ ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ଆୟୋଜିତ ବର୍ଦ୍ଧିତ ଭତ୍ତା ବିତରଣ ସମାରୋହରେ ଜିଲ୍ଲାର ବିଭିନ୍ନ ସ୍ଥାନରୁ ଆସିଥିବା ୮୦ ବର୍ଷରୁ ଉର୍ଦ୍ଧ୍ବ ହିତାଧିକାରୀଙ୍କୁ ବର୍ଦ୍ଧିତ ଭତ୍ତା ପ୍ରଦାନ କରାଯିବ। ଏଥିରେ କେନ୍ଦ୍ର ସରକାରଙ୍କ ଇନ୍ଦିରା ଗାନ୍ଧୀ ଭତ୍ତା ଯୋଜନା ଅଧିନରେ ୧୪୯୪, ଓ ୮୦ ପ୍ରତିଶତ ଭିନ୍ନକ୍ଷମ ୫୫୫ ଜଣ ଓ ରାଜ୍ୟ ସରକାରଙ୍କ ମଧୁବାବୁ ଭତ୍ତା ଯୋଜନାରେ ୧୬୪୨ ଓ ୮୦ ପ୍ରତିଶତ ଭିନ୍ନକ୍ଷମ ୫୯୯ ଜଣ ହିତାଧିକାରୀଙ୍କୁ ୩୫୦୦ ଟଙ୍କା ଭତ୍ତା ପ୍ରଦାନ କରାଯାଇଛି। କାର୍ଯ୍ୟକ୍ରମରେ ଜିଲ୍ଲାର ମୋଟ ୪୨୯୦ ଜଣ ହିତାଧିକାରୀ ଉପକୃତ ହୋଇପାରିବେ। ତେବେ ସରକାରଙ୍କ ପ୍ରତିଶ୍ରୁତି ପ୍ରକାରେ ୬୦ ବର୍ଷରୁ ଉର୍ଦ୍ଧ୍ବ ସମସ୍ତ ହିତାଧିକାରୀଙ୍କୁ ଏହି ସୁବିଧା ପ୍ରଦାନ କଲେ ଭଲ ହେବ ବୋଲି କହିଛନ୍ତି ବିଧାୟକ ରୁପେଶ ପାଣିଗ୍ରାହୀ ।