ପ୍ରୟାଗରାଜ ( ବିପ୍ଲବୀ ପରିକ୍ରମା ଡିଜିଟାଲ ):- ମହାକୁମ୍ଭରେ ବସନ୍ତ ପଞ୍ଚିମୀ ଅମୃତସ୍ନାନ ଆରମ୍ଭ ହୋଇଯାଇଛି । ହଜାର ହଜାର ସାଧୁ ସନ୍ଥ ଓ ଶ୍ରଦ୍ଧାଳୁ ପ୍ରୟାଗରାଜର ସଙ୍ଗମସ୍ଥଳରେ ଆସ୍ଥା ଓ ବିଶ୍ୱାସର ପବିତ୍ର ବୁଡ ପକାଇଛନ୍ତି । ପ୍ରୟାଗରାଜ ପାଲଟିଯାଇଛି ଜନ ସମୁଦ୍ର । ସେପଟେ ମହାକୁମ୍ଭରେ ଦଳାଚକଟା ପରେ ସତର୍କ ହୋଇଛନ୍ତି ଯୋଗୀ ସରକାର । ଏଥର ଭିଡ ନିୟନ୍ତ୍ରଣ ପାଇଁ ଅପରେସନ ଇଲେଭେନ ନାଁରେ ସ୍ୱତନ୍ତ୍ର ଯୋଜନା କରିଛନ୍ତି । ଶ୍ରଦ୍ଧାଳୁଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ୱାନ-ୱେ ରୁଟ ପ୍ରସ୍ତୁତ କରାଯାଇଛି । ଯେପରି ସାଧୁସନ୍ଥ ଓ ଶ୍ରଦ୍ଧାଳୁ ଶାନ୍ତି ଶୃଙ୍ଖଳାରେ ମହାସ୍ନାନ କରିବେ ତା ଉପରେ ଗୁରୁତ୍ୱ ଦିଆଯାଇଛି ଓ ବ୍ୟରିକେଡ ସଂଖ୍ୟା ବଢ଼ାଇ ଦିଆଯାଇଛି । ବସନ୍ତ ପଞ୍ଚମୀ ମହାସ୍ନାନ ପୂର୍ବରୁ କେବଳ ରବିବାର ୧ କୋଟି ୨୯ ଲକ୍ଷ ଶ୍ରଦ୍ଧାଳୁ ପବିତ୍ର ବୁଡ଼ ପକାଇଥିଲେ । ସେହିପରି ରବିବାର ସୁଦ୍ଧା ୩୫କୋଟିରୁ ଅଧିକ ଶ୍ରଦ୍ଧାଳୁ ବୁଡ଼ ପକାଇଛନ୍ତି । ମାନ୍ୟତା ଅନୁସାରେ ମହାକୁମ୍ଭ ବସନ୍ତ ପଞ୍ଚମୀର ଅମୃତସ୍ନାନ ୧୪୪ ବର୍ଷ ପରେ ପଡିଛି ଏହି ସଂଯୋଗ । ମହାକୁମ୍ଭ ଅମୃତସ୍ନାନରେ ବୁଡ଼ ପକାଇଲେ ମତା ସରସ୍ୱତୀଙ୍କ ବରଦାନ ପାଇବା ସହ ଜ୍ଞାନ ଓ ଶକ୍ତି ପ୍ରାପ୍ତ ହୋଇଥାଏ ବୋଲି ବିଶ୍ୱାସ ରହିଛି ।