ପୁଣି ୨୪ରୁ ଆରମ୍ଭ ବର୍ଷା

0

ବିପ୍ଲବୀ ପରିକ୍ରମା ଡିଜିଟାଲ :- ରାଜ୍ୟରେ ପୁଣି ବର୍ଷିବ । ଓଡ଼ିଶାରେ ଗତ କିଛିଦିନ ଧରି ବର୍ଷା ଲାଗି ରହିଥିବା ବେଳେ ରବିବାର ଠାରୁ ପାଗରେ କିଛି ପରିବର୍ତ୍ତନ ହୋଇଛି । ରାଜ୍ୟରେ ବର୍ତ୍ତମାନ ବର୍ଷାର ବିଶେଷ ପ୍ରଭାବ ନଥିବା ବେଳେ ପୁଣି ୨୪ ଓ ୨୫ରେ ତାରିଖରୁ ବର୍ଷା ହେବ । ସେହିପରି ଆଗାମୀ କିଛିଦିନ ରାଜ୍ୟରେ ଘନ କୁହୁଡ଼ି ଦୃଶ୍ୟମାନ ହେବାକୁ ଥିବା ବେଳେ ୫ ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ପଶ୍ଚିମା ଝଡ ପ୍ରଭାବରେ ବର୍ଷା ସମ୍ଭାବନା ରହିଥିବା ବେଳେ ଡିସେମ୍ବର ୨୪ ତାରିଖରେ ୭ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ । ଜିଲ୍ଲାଗୁଡ଼ିକ ହେଉଛି ରାୟଗଡ଼ା, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା । ସେହିପରି ମାଲକାନଗିରି, କୋରାପୁଟ, କନ୍ଧମାଳ, ନୟାଗଡ଼, ଢେଙ୍କାନାଳ, କଟକ, ଯାଜପୁର, ଭଦ୍ରକ ଓ ବାଲେଶ୍ବର ଭଳି ୯ ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ହେବେ । ସେହିପରି ୨୫ତାରିଖରେ ଉପକୂଳ ଓଡ଼ିଶାର ୧୧ ଜିଲ୍ଲାରେ ବର୍ଷା ଲାଗି ରହିବ ।

 

ସେପଟେ ଆଜି ଘନ କୁହୁଡି ନେଇ ୫ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । କେନ୍ଦୁଝର, ସୁନ୍ଦରଗଡ, ଝାରସୁଗୁଡା, ଅନୁଗୁଳ ଓ କଳାହାଣ୍ଡିକୁ କୁହୁଡି ପାଇଁ ସତର୍କତା ଜାରି କରିଛି ବିଭାଗ । ୫ ଜିଲ୍ଲାରେ ୫୦ ମିଟର ତଳକୁ ଖସିବ ଦୃଶ୍ୟମାନ ଦୂରତା । ସେହିପରି ୨୬ରୁ ୨୮ ତାରିଖ ଯାଏଁ ପାଗ ଶୁଖିଲା ରହିବ । ୨୯ ତାରିଖରୁ ପୁଣି କୋହଲା ପାଗ ସହ ବର୍ଷା ସମ୍ଭାବନା ରହିଥିବା ବେଳେ ଆଗାମୀ ୩ ଦିନ ପରେ ଶୀତର ପ୍ରଭାବ ବଢିବ ବୋଲି ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

LEAVE A REPLY

Please enter your comment!
Please enter your name here