୩୮୯୮.୫୪ କୋଟି ପୁଞ୍ଜିନିବେଶକୁ ମଞ୍ଜୁରୀ

0

ବିପ୍ଲବୀ ପରିକ୍ରମା ଡିଜିଟାଲ :- ଓଡ଼ିଶା ସରକାର ୧୩୬ତମ ରାଜ୍ୟସ୍ତରୀୟ ସିଙ୍ଗଲ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି ବା ଏସଏଲଏସଡବ୍ଲୁଏ ବୈଠକ ଅନୁଷ୍ଠିତ । ଏସଏଲଏସଡବ୍ଲୁଏରେ ୩୮୯୮.୫୪ କୋଟି ଟଙ୍କାର ୧୯ଟି ନିବେଶ ପ୍ରକଳ୍ପକୁ ଅନୁମୋଦନ ମିଳିଛି । ଏହା ରାଜ୍ୟର କରି ଶିଳ୍ପ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବ । ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଅନୁମୋଦନ ପ୍ରସ୍ତାବଗୁଡ଼ିକରେ ରାଜ୍ୟରେ ୭,୪୬୪ ନୂତନ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ । ମଂଜୁରୀପ୍ରାପ୍ତ ପ୍ରସ୍ତାବଗୁଡ଼ିକ ଇସ୍ପାତ, ଲୌହ ଓ ଫେରୋ ଆଲଏଜ, ଶିଳ୍ପ-ଗ୍ୟାସ, ଲଜିଷ୍ଟିକ୍ସ, ଖାଦ୍ୟ ଓ ପାନୀୟ, କୃଷି ପ୍ରକ୍ରିୟାକରଣ, ପର୍ଯ୍ୟଟନ ଓ ଆତିଥେୟତା, ରାସାୟନିକ ପଦାର୍ଥ, ଧାତୁ, ପୋଷାକ ଓ ଟେକ୍ସଟାଇଲ ପ୍ରକଳ୍ପ ରହିଛି । ଅନୁଗୁଳ, ବାଲେଶ୍ୱର, କଟକ, ଢେଙ୍କାନାଳ, ଗଞ୍ଜାମ, ଯାଜପୁର, କେନ୍ଦୁଝର, ଖୋର୍ଦ୍ଧା, କୋରାପୁଟ, ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲ୍ଲାରେ ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେବ । ଓଡ଼ିଶାର ଇସ୍ପାତ, ଲୌହ ଓ ଫେରୋ ଆଲଏଜ କ୍ଷେତ୍ରରେ ରାଜ୍ୟର ଶିଳ୍ପ ଇକୋସିଷ୍ଟମକୁ ସୁଦୃଢ଼ କରିବା ଉଦ୍ଦେଶ୍ୟରେ ୪ଟି ଗୁରୁତ୍ୱପୂର୍ଣ୍ଣ ପୁଞ୍ଜିନିବେଶ ପ୍ରସ୍ତାବ ରହିଛି ।

LEAVE A REPLY

Please enter your comment!
Please enter your name here