ଏପ୍ରିଲ ୧୧ ରେ ଶୁଭାରମ୍ଭ ହେବ ଆୟୁଷ୍ମାନ ଭାରତ ଯୋଜନା 

0

ବିପ୍ଲବୀ ପରିକ୍ରମା ଡିଜିଟାଲ :- ରାଜ୍ୟରେ ଆସନ୍ତା ଏପ୍ରିଲ ୧୧ ତାରିଖରେ କାର୍ଯ୍ୟକାରୀ ହେବ ଆୟୁଷ୍ମାନ ଭାରତ-ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା l ଏପ୍ରିଲ ୧୧ରୁ ଓଡ଼ିଶାରେ ଲାଗୁ ହେବ ଆୟୁଷ୍ମାନ ଭାରତ । ସେଥିପାଇଁ ଓଡ଼ିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ଏହାକୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସି ଶୁଭାରମ୍ଭ କରିବେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା । ୧୦ ତାରିଖ ରାତିରେ ଭୁବନେଶ୍ୱର ପହଞ୍ଚିବେ ନଡ୍ଡା । ୧୧ରେ ଆୟୁଷ୍ମାନ ଭାରତର ଶୁଭାରମ୍ଭ କରିବେ ।ପୂର୍ବରୁ ଓଡ଼ିଶାର ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଆୟୁଷ୍ମାନ ଭାରତ ଏପ୍ରିଲ ମାସରୁ ଶୁଭାରମ୍ଭ ହେବ ବୋଲି ଘୋଷଣା କରିସାରିଥିଲେ । ଏଥିରେ ୭୦ ବର୍ଷରୁ ଅଧିକ ବୟସ୍କ ପାଇବେ ଚିକିତ୍ସା ସୁବିଧା । ୭୦ ବର୍ଷରୁ ଅଧିକ ବୟସ୍କ ଲୋକ ଥିଲେ ପରିବାର ପିଛା ସର୍ବାଧିକ ଚିକିତ୍ସା ସୁବିଧା ୧୫ ଲକ୍ଷ ଟଙ୍କା । ସମୁଦାୟ ୩.୫୨ କୋଟି ଲୋକ ହେବେ ଉପକୃତ । ଏହି ଯୋଜନା ଦ୍ବାରା ପରିବାର ପିଛା ବାର୍ଷିକ ୫ ଲକ୍ଷ ଓ ମହିଳାଙ୍କୁ ଅତିରିକ୍ତ ୫ ଲକ୍ଷର କ୍ୟାସଲେସ୍ ଚିକିତ୍ସା ସୁବିଧା ମିଳିବ । ଓଡ଼ିଶାର ଅଧିକ ୬ ଲକ୍ଷ ନୂଆ ହିତାଧିକାରୀ ଏଥିରେ ସାମିଲ ହେବାର ଆଶା କରାଯାଉଛି । ରାଜ୍ୟରେ କାର୍ଯ୍ୟକାରୀ ହେବ ଆୟୁଷ୍ମାନ ଭାରତ-ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଏବଂ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା । ତେବେ ରାଜ୍ୟର ସବୁ ସରକାରୀ ଡାକ୍ତରଖାନାରେ ସମସ୍ତ ନାଗରିକମାନଙ୍କ ପାଇଁ ଦେୟମୁକ୍ତ ଚିକିତ୍ସା ବର୍ତ୍ତମାନ ଭଳି ଜାରି ରହିବ ।

LEAVE A REPLY

Please enter your comment!
Please enter your name here