ଭିକାରିମୁକ୍ତ ହେବ ଭୁବନେଶ୍ଵର; ରାସ୍ତା କଡ଼ରେ ଭିକାରି ଦେଖିଲେ ଉଠାଇନେବ BMC ସ୍କ୍ୱାର୍ଡ

0

(ବିପ୍ଳବୀ ପରିକ୍ରମ ବ୍ୟୁରୋ) ;ଏଣିକି ରାସ୍ତାକଡ଼ରେ ଭିକାରୀ ଦେଖିଲେ ଉଠାଇ ନେବ ସ୍ପେଶାଲ ସ୍କ୍ୱାର୍ଡ ।ରାଜଧାନୀକୁ ଭିକାରିମୁକ୍ତ କରିବା ପାଇଁ ହେଉଛି ପ୍ରସ୍ତୁତି । ଏଣିକି ଭୁବନେଶ୍ବର ମନ୍ଦିର ଓ ରାସ୍ତା କଡ଼ରେ ଆଉ ବୁଲିପାରିବେନି ଭିକାରି । ସେଥିଲାଗି କଡ଼ା କାର୍ଯ୍ୟାନୁଷ୍ଠାନ ନେବ ଭୁବନେଶ୍ବର ମହାନଗର ନିଗମ । ଖୁବ୍ ଶୀଘ୍ର ହେବ କାର୍ଯ୍ୟକାରୀ । ପାର୍ବଣ ପୂର୍ବରୁ ଭିକାରିମାନଙ୍କୁ ଥଇଥାନ କରାଯିବ । ସହରର ବିଭିନ୍ନ ସ୍ଥାନରେ ଆଶ୍ରୟସ୍ଥଳ କରି ଭିକାରିମାନଙ୍କୁ ସେଠାରେ ଥଇଥାନ କରିବ ବିଏମସି । ଭୁବନେଶ୍ୱରକୁ ବଞ୍ଜାରାମାନେ ଆଉ ଥରେ ଆସିବା ଆରମ୍ଭ କରିଦେଇଛନ୍ତି ।କେତେକ ମନ୍ଦିରରେ ଭିକାରୀ ବସିବା ଦେଖାଯାଉଛି । ସରକାରଙ୍କ ସହାୟତାରେ ଭୁବନେଶ୍ବରରେ ୫ ଶହ ଭିକାରୀ ରହିବା ଭଳି ୫ଟି ଥଇଥାନ କେନ୍ଦ୍ର ହୋଇଥିବା ବେଳେ, ଏହାକୁ କଡାକଡି ପାଳନ କରିବାକୁ ନିର୍ଦେଶ ଦେଇଛନ୍ତି କମିଶନର । ପାର୍ବଣ ଋତୁରେ ଲୋକଙ୍କ ସୁରକ୍ଷା ଦୃଷ୍ଟିରୁ ରାସ୍ତା କଡରେ କୌଣସି ବି ଭିକାରୀ ଯେପରି ନ ରହନ୍ତି, ସେଥିପାଇଁ ସ୍ୱତନ୍ତ୍ର ସ୍କ୍ୱାଡ୍ ଗଠନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ବିଏମ୍‌ସିର ତିନୋଟି ଜୋନ୍‌ରେ ୩ଟି ସ୍କ୍ୱାଡ୍ ଗଠନ କରାଯିବ । ଏହି ସ୍କାଡ ସଂପୃକ୍ତ ଜୋନାଲ ଡେପୁଟି କମିଶନରଙ୍କ ତତ୍ତ୍ବାବଧାନରେ ରହିବ । ମନ୍ଦିର ଓ ପୂଜା ସ୍ଥଳିରେ ଭକ୍ତଙ୍କ ଭିଡ ସମୟରେ ଏହି ସ୍କ୍ୱାଡ୍ ନିୟମିତ ବୁଲି ଦେଖିବାକୁ କୁହାଯାଇଛି । କିଛି ଭିକାରୀଙ୍କ ପରିବାର ସହ ଯୋଗାଯୋଗ କରାଇ, ସେମାନଙ୍କ ଘରେ ଛାଡି ଦିଆଯାଇଛି । ଯଦି କୌଣସି ପରିବାର ଘରେ ଛାଡି ଦିଆଯାଇଥିବା ଭିକାରୀଙ୍କୁ ପୁନଶ୍ଚ ଭିକ୍ଷାବୃତ୍ତି ପାଇଁ ପଠାନ୍ତି ତେବେ ସେମାନଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ବିଏମ୍‌ସି ପକ୍ଷରୁ ସୂଚନା ଦିଆଯାଇଛି । ପୂଜା ପୂର୍ବରୁ ଦର୍ଶନାର୍ଥୀ ଯେପରି ଅସୁବିଧାର ସାମ୍ନା ନକରନ୍ତୁ ସେଥିପାଇଁ ଏହି ନିଷ୍ପତ୍ତି ନେଇଛି ବିଏମସି । ରଙ୍ଗ ବଜାର, ଅନ୍ଧାରୁଆ, ନିଳାଦ୍ରୀବିହାର, ପିଡବ୍ଲୁଡି କଲୋନୀ ଭଳି ଅଂଚଳରେ ଭିକାରି ଥଇଥାନ କେନ୍ଦ୍ର ରହିଛି । ପ୍ରତ୍ୟେକ କେନ୍ଦ୍ରରେ ଶହେ ଲେଖାଏଁ ଭିକାରୀ ରହିବା ବ୍ୟବସ୍ଥା ରହିଛି ।

LEAVE A REPLY

Please enter your comment!
Please enter your name here