ବିପ୍ଲବୀ ପରିକ୍ରମା ଡିଜିଟାଲ :- ସୁଭଦ୍ରା ଯୋଜନାକୁ ନେଇ ଆସିଲା ବଡ ଖବର । ସୁଭଦ୍ରା ଯୋଜନା ସଂକ୍ରାନ୍ତରେ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଲେ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଆସନ୍ତା ମାର୍ଚ୍ଚ ୭ ତାରିଖରେ ସୁଭଦ୍ରା ପ୍ରଥମ କିସ୍ତିରେ ଶେଷ ପର୍ୟ୍ୟାୟ ଟଙ୍କା ଲୋକଙ୍କ ଆକାଉଣ୍ଟକୁ ଆସିବ । ଆଉ ମାର୍ଚ୍ଚ ୮ ତାରିଖରୁ ଦ୍ୱିତୀୟ କିସ୍ତି ଟଙ୍କା ମିଳିବ । ତେବେ ୨ ଲକ୍ଷ ୬୭ ହଜାର ଅଯୋଗ୍ୟଙ୍କ ଭିତରୁ ଯେଉଁମାନଙ୍କର ଭୁଲ୍ ହେଇଥିଲା, ସେମାନଙ୍କର ରିଭ୍ୟୁ ଚାଲିଛି । ୨୨ ପ୍ରତିଶତ କାମ ସମାଧାନ ହେଇସାରିଛି , ଏବେ କେବଳ ଭେରିଫିକେସନ୍ ପରେ ସେମାନେ ଟଙ୍କା ପାଇବେ ବୋଲି ପ୍ରଭାତୀ ପରିଡା ସୂଚନା ଦେଇଛନ୍ତି ।ତେବେ ସୁଭଦ୍ରା ଯୋଜନା ପାଇଁ ବ୍ୟାଙ୍କ ସମ୍ମୁଖରେ ବର୍ତ୍ତମାନ ପ୍ରବଳ ଭିଡ ରହୁଛି । ତେବେ ବ୍ୟାଙ୍କରେ ଅଯଥା ଭିଡ ନକରିବାକୁ କହିଛନ୍ତି ଉପ-ମୁଖ୍ୟମନ୍ତ୍ରୀ ।