ବିଜେପି ଯୁବମୋର୍ଚ୍ଚା ଗଞ୍ଜାମ ଜିଲ୍ଲା ତରଫରୁ ରକ୍ତଦାନ ଶିବିର, ଚକ୍ଷୁ ଚିକିତ୍ସା ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ

0

ବ୍ରହ୍ମପୁର ( ବିପ୍ଲବୀ ପରିକ୍ରମା ):- ଭାରତୀୟ ଜନତା ଯୁବମୋର୍ଚ୍ଚା ଗଞ୍ଜାମ ଜିଲ୍ଲା ତରଫରୁ ଜିଲ୍ଲା ସଭାପତି ଶିବ ଶଙ୍କର ନାୟକଙ୍କ ତତ୍ତ୍ୱାବଧାନରେ ବ୍ରହ୍ମପୁର ମହାନଗର ନିଗମ ଅନ୍ତର୍ଗତ ୩ ନଂ ୱାର୍ଡ଼ ଜେନାସାହି ସ୍ଥିତ ରାଧାକୃଷ୍ଣ କଲ୍ୟାଣ ମଣ୍ଡପ ଠାରେ ଏକ ରକ୍ତଦାନ ଶିବିର, ଚକ୍ଷୁ ଚିକିତ୍ସା ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି ଶିବିରରେ ସ୍ଥାନୀୟ ଅଞ୍ଚଳ ଓ ଦୁରଦୂରାନ୍ତ ରୁ ବହୁ ଜନ ସାଧାରଣ ଆସି ନିଜ ସ୍ୱାସ୍ଥ୍ୟ ପରୀକ୍ଷା କରାଇବା ସହ ବହୁ ଯିବ ଗୋଷ୍ଠି ରକ୍ତ ଦାନ କରିଥିଲେ।ଏହି ଶିବିରକୁ ମୁଖ୍ୟ ଅତିଥି ଭାବେ ଓଡ଼ିଶା ସରକାରଙ୍କ ବାଣିଜ୍ୟ ଓ ପରିବହନ ଏବଂ ଖଣି ଓ ଇସ୍ପାତ କ୍ୟାବିନେଟ ମନ୍ତ୍ରୀ ଶ୍ରୀ ବିଭୂତି ଭୂଷଣ ଜେନା, ଚିକିଟି ବିଧାୟକ ଶ୍ରୀ ମନୋରଞ୍ଜନ ଦ୍ୟାନସାମନ୍ତରା, ଗଞ୍ଜାମ ଜିଲ୍ଲା ସଭାପତି ଡ଼ା. ସୁବାସ ସାହୁ, ବିଜେପିର ବରିଷ୍ଠ ନେତା ତଥା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ କାହ୍ନୁ ଚରଣ ପତି, ବ୍ରହ୍ମପୁର ଲୋକସଭା କ୍ଷେତ୍ର ସଂଯୋଜକ ସରୋଜ ସାବତ, ରାଜ୍ୟ ଯୁବମୋର୍ଚ୍ଚା ସମ୍ପାଦକ ତୁତୁନ୍ ପାତ୍ର ପ୍ରମୁଖଙ୍କ ସମେତ ସହରର ବହୁ ବହୁ ଦଳୀୟ ନେତା ଓ କର୍ମୀ ଉପସ୍ଥିତ ଥିଲେ।

LEAVE A REPLY

Please enter your comment!
Please enter your name here