ବିପ୍ଲବୀ ପରିକ୍ରମା ବ୍ୟୁରୋ :- ଆରମ୍ଭ ହେଲା ବିଜେପିର ସଦସ୍ୟତା ଅଭିଯାନ । ରାଜ୍ୟରେ ୧ କୋଟି ସଦସ୍ୟ ସଂଗ୍ରହ ପାଇଁ କର୍ମକର୍ତ୍ତାଙ୍କୁ ଅହ୍ବାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜ୍ୟ କାର୍ଯ୍ୟାଳୟରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ସମେତ ବହୁ ନେତା ସଦସ୍ୟତା ଗ୍ରହଣ କରିଛନ୍ତି ।ମୁଖ୍ୟମନ୍ତ୍ରୀ କହିଛନ୍ତି, ଆଗକୁ ସଦସ୍ୟ ସଂଗ୍ରହ ଅଭିଯାନ ଆହୁରି ବଢ଼ିବ। ଆଗାମୀ ୫ ବର୍ଷରେ ନୂଆ ଓଡ଼ିଶା ଓ ସମୃଦ୍ଧ ଓଡ଼ିଶା ଗଠନ କରାଯିବ। ମୋଦିଙ୍କ ପୂର୍ବୋଦୟ ଲକ୍ଷ୍ୟ ଓଡ଼ିଶାରୁ ହିଁ ଆରମ୍ଭ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ସେହିପରି ବିଜେପିର ସଦସ୍ୟତା ଅଭିଯାନ କାର୍ଯ୍ୟକ୍ରମରେ କାର୍ଯ୍ୟକର୍ତ୍ତାଙ୍କୁ ଟାସ୍କ ଦେଇଛନ୍ତି ପ୍ରଭାରୀ ବିଜୟପାଲ ସିଂ ତୋମାର । ରେଲେୱେ ଷ୍ଟେସନ, ବସ ଷ୍ଟାଣ୍ଡ, କଲେଜ ବାହାରେ ସଦସ୍ୟତା ଅଭିଯାନ କରିବା ସହ ପ୍ରତି ବୁଥରେ ୪ ଶହ ସଦସ୍ୟ କରିବାକୁ ଟାର୍ଗେଟ ଦିଆଯାଇଛି ।ରାଜ୍ୟ ସରକାରରେ ଏକ ବର୍ଷର ଉପଲବ୍ଧି ୧୦୦ ଦିନ ପୂର୍ବରୁ ହୋଇଛି। ଏହି ସବୁ କଥା ଲୋକଙ୍କ ପାଖରେ ପହଞ୍ଚାଇ ୪୫ ଦିନରେ ଭିତରେ ଟାର୍ଗେଟ ହାସଲ କରି ରେକର୍ଡ କରି ଦେଖେଇବାକୁ ସେ ଆହ୍ବାନ ଦେଇଛନ୍ତି ।ଏହି କାର୍ଯ୍ୟକ୍ରମରେ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ, ଉପମୁଖ୍ୟମନ୍ତ୍ରୀ କେ.ଭି.ସିଂହଦେଓ, ଓଡ଼ିଶା ପ୍ରଭାରୀ ବିଜୟପାଲ ସିଂ ତୋମାର, ମନ୍ତ୍ରୀ ସୁରେଶ ପୂଜାରୀ, ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି, ସଦସ୍ୟତା ଅଭିଯାନ ରାଜ୍ୟ ସଂଯୋଜକ ରଞ୍ଜନ ପଟେଲ, ସହସଂଯୋଜକ ଅଶୋକ ମିଶ୍ର୍ରଙ୍କ ସମେତ ଦଳର ମନ୍ତ୍ରୀ,ବିଧାୟକ, ସାଂସଦ ଓ ରାଜ୍ୟ ପଦାଧିକାରୀମାନେ ଉପସ୍ଥିତ ଥିଲେ ।