ବିପ୍ଲବୀ ପରିକ୍ରମା ଡିଜିଟାଲ :- ବିଜୁ ଜନତା ଦଳର ସଂଗଠନ ସମ୍ପାଦକ ପଦରୁ ହଟିବା ପରେ ବବିଙ୍କୁ ନବୀନଙ୍କ ଡବଲ ଝଟକା ମିଳିଛି l ବବିଙ୍କ ଉପରେ ନବୀନଙ୍କ ଭରସା ଅଛି ହେଲେ ଆଉ ଆଗପରି ନାହିଁ ବିଶ୍ୱାସ l ୨୭ଟି ନିର୍ବାଚନ ମଣ୍ଡଳୀ, ଆଉ ୯ଜଣ ନେତାଙ୍କୁ ଦାୟିତ୍ୱ ଦିଆଯାଇଛି l ଚିଠିର ଷଷ୍ଠ ସ୍ଥାନରେ ଅଛନ୍ତି ପ୍ରଣବ ପ୍ରକାଶ ଦାସ ଓରଫ ବବି l ବବିଙ୍କୁ ବଡ଼ଚଣା, ରାଇରଙ୍ଗପୁର, ବଡ଼ସାହି, ଉଦଳା, ଏବଂ ଛେଣ୍ଡିପଡ଼ା ନିର୍ବାଚନ ମଣ୍ଡଳୀର ଦାୟିତ୍ୱ ମିଳିଛି l ହେଲେ ଯାଜପୁରର ବଡ଼ଚଣା ବ୍ୟତୀତ ନାମିଳିଛି ଅନ୍ୟ କେଉଁ ନିର୍ବାଚନ ମଣ୍ଡଳୀ ଦାୟିତ୍ୱ ନା ଯାଜପୁରକୁ ସ୍ୱତନ୍ତ୍ର ଧ୍ୟାନଦେବାକୁ ଚିଠିରେ କିଛି କୁହାଯାଇଛି l କେବଳ ଆମରଙ୍କ ଗଡ଼ ଯାଜପୁରର ବଡ଼ଚଣାକୁ ଜଗିବାକୁ ଦଳ ଦେଇଛି ନିର୍ଦ୍ଦେଶ l ବବି ସାଙ୍ଗଠନିକ ଦାୟିତ୍ୱ ସମ୍ଭାଳିବା ପରେ କାଳେ ବିଜେଡି ଗଡ଼ ଦୋହଲି ଯାଇଛି l ୨୦୨୪ ନିର୍ବାଚନରେ ପ୍ରଥମ ଥର ପାଇଁ ଦଳ ପରାଜୟ ସ୍ୱୀକାର କରିଛି l ହେଲେ ଆଗକୁ ଯାଜପୁରରେ ବବିଙ୍କୁ ଦଳ କେଉଁ ଦାୟିତ୍ୱ ଦେଇଛି, ନା ଦୁରେଇ ରଖୁଛି ତା ଦେଖିବାକୁ ବାକି ରହିଲା l