ବ୍ରହ୍ମପୁର ( ବିପ୍ଲବୀ ପରିକ୍ରମା ):- ବ୍ରହ୍ମପୁର ଉପଖଣ୍ଡ ସ୍ତରୀୟ ଦିବ୍ୟାଙ୍ଗ ଓ ସାଧାରଣ ଜନତାଙ୍କ ଜନ ସମାଧାନ ଅନୁଷ୍ଠିତ ହୋଇଯାଇଛି । ଗଞ୍ଜାମ ଜିଲ୍ଲାପାଳ ଶ୍ରୀ ଦିବ୍ୟ ଜ୍ୟୋତି ପରିଡା, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ମଧୁମିତା, ଉପଜିଲ୍ଲାପାଳ ବ୍ରହ୍ମପୁର ଦୀନା ଦସ୍ତଗୀର , ସହାୟକ ଜିଲ୍ଲାପାଳ ପ୍ରଣିତା ଦାଶ, ଏହି ଅଭିଯୋଗ ଶୁଣାଣିର ସମୁଦାୟ ୬୩ଟି ଅଭିଯୋଗ ପତ୍ର ଗ୍ରହଣ କରିଥିଲେ ।ବ୍ୟକ୍ତିଗତ ଅଭିଯୋଗ ୪୭ଟି ଥିଲା ବେଳେ, ଗ୍ରାମ ଅଭିଯୋଗ ୧୬ଟି । ଆବେଦନ ଗୁଡ଼ିକ ଶୁଣାଣି କରି ସମସ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ପ୍ରେରଣ କରାଯାଇ ତୁରନ୍ତ ସମାଧାନ କରିବା ଦିଗରେ ଜିଲ୍ଲାପାଳ ନିର୍ଦ୍ଦେଶ ପ୍ରଦାନ କରିଥିଲେ ।
ଏହି ଅଭିଯୋଗ ଶୁଣାଣି ସମୟରେ ବ୍ରହ୍ମପୁର ଉପଖଣ୍ଡର ଅତିରିକ୍ତ ଉପଜିଲ୍ଲାପାଳ, ସମସ୍ତ ବି.ଡି.ଓ, ତହସିଲଦାର ଓ ଜିଲ୍ଲାର ସମସ୍ତ ଅଧିକାରୀ ମାନେ ଏହି ଯୁଗ୍ମ ଅଭିଯୋଗ ଶୁଣାଣିରେ ଉପସ୍ଥିତ ଥିଲେ।