ବିପ୍ଲବୀ ପରିକ୍ରମା ଡିଜିଟାଲ :- ଅସହ୍ୟ ଖରାରୁ ମିଳିବ ଆଶ୍ବସ୍ତି । ରାଜ୍ୟରେ ରହିଛି ବର୍ଷା ସମ୍ଭାବନା । ଆସନ୍ତା ୧୯ ରୁ ୨୦ ତାରିଖର ମଧ୍ୟରେ ରାଜ୍ୟର ୭ ଜିଲ୍ଲାରେ ବର୍ଷା ହେବା ନେଇ ସମ୍ଭାବନା ରହିଛି । ଗୋଟେ ଦୁଇଟି ସ୍ଥାନରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ସୂଚନା ଦେଇଛି ପାଣିପାଗ କେନ୍ଦ୍ର ।ଆସନ୍ତା ୧୯ରୁ ୨୦ତାରିଖ ମଧ୍ୟରେ ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା କଟକ ଓ ଜଗତସିଂହପୁର ଜିଲ୍ଲାର ଗୋଟେ ଦୁଇଟି ସ୍ଥାନରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ସେହିପରି ୨୧ରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, ଢେଙ୍କାନାଳ ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର ଜିଲ୍ଲାର ଗୋଟେ ଦୁଇଟି ସ୍ଥାନରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।