ଘୋଷଯାତ୍ରା ପାଇଁ ଅନୁକୂଳ ହେଲା ରଥ କାଠ

0

ପୁରୀ ( ବିପ୍ଲବୀ ପରିକ୍ରମା ଡିଜିଟାଲ ):- ବିଶ୍ୱପ୍ରସିଦ୍ଧ ରଥଯାତ୍ରା ୨୦୨୫ ପାଇଁ ପରମ୍ପରା ଅନୁଯାୟୀ ଶ୍ରୀପଞ୍ଚମୀରେ ରଥକାଠ ପୂଜା ହୋଇଛି । ତିନିରଥ ପାଇଁ ତିନିଖଣ୍ତ ଧଉରା କାଠ ଗଜପତି ମହାରାଜାଙ୍କ ରାଜଗୁରୁ ଓ ପୁରୋହିତଙ୍କ ଦ୍ୱାରା ପୂଜାର୍ଚ୍ଚନା କରିଥଲେ । ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ସମ୍ମୁଖରେ ଚୁନପାଣି ପଡ଼ି ପବିତ୍ର କରାଯିବା ପରେ ତିନୋଟି ଧଉରା କାଠର ମାଜଣା କରାଯାଇଥିଲା । ଏହା ପରେ ରାଜଗୁରୁ ଓ ପୁରୋହିତଙ୍କ ଦ୍ୱାରା କାଠ ତ୍ରୟର ପୂଜାର୍ଚ୍ଚନା ହୋଇଥଲା । ସେହିପରି ଆସନ୍ତା ରାମ ନବମୀ ତିଥିରେ ରଥ କାଠ ଚିରଟ ପ୍ରକ୍ରିୟା ଆରମ୍ଭ କରାଯିବାର ବିଧି ରହିଛି । ଆସନ୍ତା ଅକ୍ଷୟ ତୃତୀୟା ତିଥିରେ ରଥ ଖଳାରେ ରଥ ନିର୍ମାଣ ଅନୁକୂଳ ପରେ ତିନି ରଥର ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ । ଚଳିତବର୍ଷ ୨୦୨୫ ରଥଯାତ୍ରା ପାଇଁ ପୁରୀରେ ପହଞ୍ଚି ସାରିଛି ପ୍ରଥମ ପର୍ଯ୍ୟାୟ ରଥକାଠ । ନୟାଗଡ ଦଶପଲ୍ଲା ରେଞ୍ଜରୁ ଆସିଛି ଏହି କାଠ । ରଥ ନିର୍ମାଣ ପାଇଁ ସମୁଦାୟ ୮୬୫ ଖଣ୍ଡ କାଠର ଆବଶ୍ୟକତା ରହିଥିବା ବେଳେ ପୂର୍ବରୁ ଶ୍ରୀମନ୍ଦିର ପ୍ରଶାସନ ପାଖରେ ବଳକା ରହିଛି ୫୧ ଖଣ୍ଡ କାଠ । ମୋଟ ୮୧୪ ଖଣ୍ଡ ଅସନ, ଧଉରା ଏବଂ ଫାସୀ କାଠର ଆବଶ୍ୟକତା ରହିଛି । ତେବେ ନୟାଗଡ ଦଶପଲ୍ଲା ରେଞ୍ଜରୁ ତିନୋଟି ଟ୍ରକରେ ପୁରୀରେ ଆସି ପହଞ୍ଚିଛି । ୧୦୧ ଖଣ୍ଡ ଧଉରା ଓ ଅସନ କାଠ ଆସିଛି । ଏଥିରେ ୫୩ ଖଣ୍ଡ ଧଉରା, ୪୮ ଖଣ୍ଡ ଅସନ କାଠ ରହିଛି । ପର୍ଯ୍ୟାୟ କ୍ରମେ ବାକି କାଠ ଆସି ପହଞ୍ଚିବ ।

LEAVE A REPLY

Please enter your comment!
Please enter your name here