ଶପଥ ନେଲେ ହାଇକୋର୍ଟର ମୁଖ୍ୟ ବିଚାରପତି

0

କଟକ ( ବିପ୍ଲବୀ ପରିକ୍ରମା ଡିଜିଟାଲ ):- ଓଡ଼ିଶା ଉଚ୍ଚ ନ୍ୟାୟାଳୟର ମୁଖ୍ୟ ବିଚାରପତି ହରିଶ ଟଣ୍ଡନ ଆଜି ପୂର୍ବାହ୍‌ଣ ୧୦ଟାରେ ଶପଥ ଗ୍ରହଣ କରିଛନ୍ତି। ଓଡ଼ିଶାର ରାଜ୍ୟପାଳ ହରିବାବୁ କମ୍ଭମପଟି ନବନିଯୁକ୍ତ ମୁଖ୍ୟ ବିଚାରପତିଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଓଡ଼ିଶା ହାଇକୋର୍ଟ ପରିସରରେ ଏହି ସମାରୋହରେ ଏହି ଶପଥ ଗ୍ରହଣ ଉତ୍ସବ ଆୟୋଜିତ ହୋଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ, ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର, ଆଡଭୋକେଟ୍ ଜେନେରାଲ୍ ପୀତାମ୍ବର ଆଚାର୍ଯ୍ୟ, ହାଇକୋର୍ଟର ସମସ୍ତ ବିଚାରପତି, କର୍ମଚାରୀ, ବାର ଆସୋସିଏସନ୍‌ର ବରିଷ୍ଠ ସଦସ୍ୟ ପ୍ରମୁଖ ଉପସ୍ଥିତ ଥିବାର ଦେଖିବାକୁ ମିଳିଛି।

 

ସୂଚନା ଅନୁଯାୟୀ,ଜଷ୍ଟିସ୍‌ ହରିଶ ଟଣ୍ଡନଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ମିଳିଥିଲା। ବର୍ତ୍ତମାନ କଲିକତା ହାଇକୋର୍ଟର ବିଚାରପତି ଥିବା ଜଷ୍ଟିସ୍‌ ହରିଶ ଟଣ୍ଡନଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ରାଷ୍ଟ୍ରପତିଙ୍କ ପକ୍ଷରୁ ନିଯୁକ୍ତି ଦିଆଯାଇଥିବା ସଂପର୍କରେ ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଥିଲା। ସୁପ୍ରିମକୋର୍ଟ କଲେଜିୟମ୍‌ କଲିକତା ହାଇକୋର୍ଟର ବରିଷ୍ଠ ବିଚାରପତି ଜଷ୍ଟିସ୍‌ ଟଣ୍ଡନଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ପାଇଁ ସୁପାରିସ କରିଥିଲେ। ଏ ସଂକ୍ରାନ୍ତରେ ଗତ ମାର୍ଚ୍ଚ ୬ରେ ସୁପ୍ରିମକୋର୍ଟ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଥିଲା।

LEAVE A REPLY

Please enter your comment!
Please enter your name here