ବିଦ୍ୟାଳୟର ଶତବାର୍ଷିକୀ ସମାରୋହରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

0

ପୁରୁଷୋତ୍ତମପୁର ( ବିପ୍ଲବୀ ପରିକ୍ରମା ଡିଜିଟାଲ ):- ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଦିନିକିଆ ଗଞ୍ଜାମ ଜିଲ୍ଲା ଗସ୍ତରେ ଆସି ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମାଁ ତାରାତାରିଣୀଙ୍କ ପୀଠରେ ପହଞ୍ଚି ମାଁ ଙ୍କୁ ଦର୍ଶନ କରି ମାଁ ତାରା ତାରିଣୀ ଙ୍କ ପୂଜାଅର୍ଚ୍ଚନା କରିବା ପରେ ଆଶିଷ ଲାଭ କରିଥିଲେ ଏବଂ ମାଁ’ଙ୍କୁ ଦର୍ଶନ କରି ପରମ ସୌଭାଗ୍ୟ ଲାଭ କରିଥିବା କହିଥିଲେ ।

ମାଁ’ଙ୍କ ନିକଟରେ ବିକଶିତ ଓ ସମୃଦ୍ଧ ଓଡିଶା ପାଇଁ ପ୍ରାର୍ଥନା କରିଲି ବୋଲି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ଲୋକଙ୍କ ବିକାଶ ସାଙ୍ଗକୁ ମାଆ’ଙ୍କ ନିକଟରେ ଉନ୍ନତି ପାଇଁ ବିହିତ ପଦକ୍ଷେପ ଗ୍ରହଣ କରାଯିବ । ଏହା ସହିତ ଆନୁସାଙ୍ଗିକ ବ୍ୟବସ୍ତା ପୂରଣ ଦିଗରେ ସବୁ ପ୍ରକାର ପଦକ୍ଷେପ ଗ୍ରହଣ କରାଯିବ କହିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

ମାଁ’ଙ୍କ ଦର୍ଶନ ସାରି ପୁରୁଷୋତ୍ତମପୁର ବ୍ଲକ ଅର୍ନ୍ତଗତ ଗାଙ୍ଗଦହଣୀ ଗ୍ରାମ ରେ ଥିବା ଉନ୍ନୀତ ସରକାରୀ ବିଦ୍ୟାଳୟ ର ଶତବାର୍ଷିକ ସମାରୋହ ରେ ଯୋଗ ଦେଇ ଛାତ୍ର ଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ l

ଅନେକ ଛାତ୍ର ଛାତ୍ରୀ ଙ୍କ ସହ ଉତ୍ତମ ଭବିଷ୍ୟତ ବିଷୟରେ ଚର୍ଚ୍ଚା ପରେ ସାମୁହିକ ସମାରୋହ କାର୍ଯ୍ୟକ୍ରମ ରେ ଯୋଗଦାନ କରିଥିଲେ ।

ଏହି କାର୍ଯ୍ୟକ୍ରମରେ ଖଣି ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା,ପଶୁସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ,ଆସିକା ସାଂସଦ ଅନିତା ଶୁଭଦର୍ଶୀନି,ଖଲ୍ଲିକୋଟ ବିଧାୟକ ପୂର୍ଣଚନ୍ଦ୍ର ସେଠି, ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ର, ଆସ୍କା ବିଧାୟକ ସରୋଜ କୁମାର ପାଢ଼ୀ, ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ, ସୋରଡ଼ା ବିଧାୟକ ନୀଳମଣି ବିଷୋୟୀ, ଚିକିଟି ବିଧାୟକ ମନୋରଞ୍ଜନ ଡ୍ୟାନ ସାମନ୍ତରାୟ, କବିସୂର୍ଯ୍ୟନଗର ବିଧାୟକ ପ୍ରତାପ ଚନ୍ଦ୍ର ନାଏକ, ଜିଲ୍ଲାପାଳ ଦିବ୍ୟ ଜ୍ୟୋତି ପରିଡା ତଥା ଜିଲ୍ଲାର ସମସ୍ତ ପ୍ରଶାସନିକ ଅଧିକାରୀ ମାନେ କାର୍ଯ୍ୟକ୍ରମ ରେ ଯୋଗଦାନ କରିଥିଲେ l

ବିଦ୍ୟାଳୟର ଶତବାର୍ଷିକୀ ଉତ୍ସବରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଛାତ୍ରଛାତ୍ରୀ ଙ୍କ ଉଜ୍ବଳ ଭବିଷ୍ୟତ କାମନା କରିବା ସହିତ ଗୁଣାତ୍ମକ ଶିକ୍ଷା ପ୍ରଦାନ କରିବା ଦିଗରେ ସରକାର ବହୁ ପଦକ୍ଷେପ ଗ୍ରହଣ କରିବେ ଏବଂ ସେ ଆହୁରି ମଧ୍ୟ କହିଛନ୍ତି ଯେ, ଏହି ବିଦ୍ୟାଳୟ କୁ ଖୁବଶୀଘ୍ର ” ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ” ର ମାନ୍ୟତା ଦିଆଯିବ ଏବଂ ସମସ୍ତ ପ୍ରକାର ସୁବିଧା ସୁଯୋଗ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନିଜେ ଗଣମାଧ୍ୟମ ଆଗରେ ନିଜ ପ୍ରତିକ୍ରିୟା ରଖିଛନ୍ତି l

oplus_1024

ଏହି ଅବସରରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ଅନୁକମ୍ପା କାନୁନଗୋ ଙ୍କ ସମେତ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଏବଂ ପୁରାତନ ଶିକ୍ଷକ, ଶିକ୍ଷୟତ୍ରୀ, ପୁରାତନ ଛାତ୍ରଛାତ୍ରୀଙ୍କ ସମେତ ସମସ୍ତ ଗ୍ରାମବାସୀ ଉପସ୍ଥିତ ରହିଥିଲେ l

ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଙ୍କ ଦ୍ୱାରା ବିଦ୍ୟାଳୟ ର ଅନେକ ପ୍ରତିଭାବାନ ଛାତ୍ର ଛାତ୍ରୀ ତଥା ଶିକ୍ଷକ ମାନଙ୍କୁ ସେମାନଙ୍କର ପ୍ରତିଭା ପାଇଁ ସନମାନିତ କରାଯାଇଥିଲା l

 

LEAVE A REPLY

Please enter your comment!
Please enter your name here