ସମ୍ବଲପୁର ଓ ବ୍ରହ୍ମପୁରରେ ‘ମୋ ବସ୍’ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

0

ବିପ୍ଲବୀ ପରିକ୍ରମା ବ୍ୟୁରୋ :- ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଶନିବାର ସମ୍ବଲପୁର ଓ ବ୍ରହ୍ମପୁର ସହରରେ ‘ମୋ ବସ୍‌’ ସେବାର ଶୁଭାରମ୍ଭ କରିଛନ୍ତି। ସୂଚନାଯୋଗ୍ୟ ଯେ ଉଭୟ ସହରରେ ୧୫ଟି ଲେଖାଏଁ ବସ୍ ଚଳାଚଳ ପାଇଁ ସୁବିଧା କରାଯାଇଛି।ସମ୍ବଲପୁର ସହରରେ ସମ୍ବଲପୁର-ବୁର୍ଲା-ହୀରାକୁଦ ମଧ୍ୟରେ ଏହି ବସ୍‌ ଚଳାଚଳ କରିବ। ସେହିଭଳି ବ୍ରହ୍ମପୁର ସହରରେ ଏମ୍‌.କେ.ସି.ଜି ମେଡିକାଲ କଲେଜ- ଇଂଜିନିୟରିଂ ସ୍କୁଲ-ରେଲୱେ ଷ୍ଟେସନ-ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ମଧ୍ୟରେ ଏହି ବସ୍‌ ଚଳାଚଳ କରିବ।

ଶୁଭାରମ୍ଭ ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଉତ୍ତମ ଯୋଗାଯୋଗ ସମୃଦ୍ଧ ଭବିଷ୍ୟତର ଆଧାର। 5T ଉପକ୍ରମରେ ସାରା ରାଜ୍ୟରେ ଗାଁରୁ ସହର ସବୁଆଡେ ପରିବହନ ବ୍ୟବସ୍ଥାରେ ରୂପାନ୍ତର ଆସିଛି। ମୋ ବସ୍‌ ଠାରୁ ଆରମ୍ଭ କରି ଲକ୍ଷ୍ମୀ ଯୋଜନା ଓ ମେଟ୍ରୋ ରେଳ ଯୋଜନା ନୂଆ ଓଡିଶା ଦିଗରେ ଆମର ଉଦ୍ୟମକୁ ଶକ୍ତିଶାଳୀ କରୁଛି।

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ ଆଜି ଆପଣଙ୍କ ସହରରେ ମୋ ବସ୍‌ ସେବା ଆରମ୍ଭ ହେଲା । ଏହାଦ୍ୱାରା ଆପଣମାନେ ସହର ଭିତରେ ଏବଂ ଆଖପାଖ ଅଞ୍ଚଳକୁ ସୁବିଧାରେ ଏବଂ କମ୍ ଖର୍ଚ୍ଚରେ ଯିବାଆସିବା କରି ପାରିବେ। ମୋ ବସ୍‌ ପାଇଁ ଉଭୟ କ୍ୟାସ୍ ଓ ଡିଜିଟାଲ ମୋଡ୍‌ରେ ପେମେଣ୍ଟ ବ୍ୟବସ୍ଥା କରାଯାଇଛି। ସେଥିପାଇଁ ‘ମୋ ବସ୍‌ କାର୍ଡ ଟ୍ୟାପ ଆଣ୍ଡ ପେ’ ସୁବିଧା କରାଯାଇଛି ବୋଲି ସେ କହିଥିଲେ।ଏଥିରେ ଯାତ୍ରୀମାନଙ୍କର ସୁରକ୍ଷା ଉପରେ ସବୁଠାରୁ ଅଧିକ ଗୁରୁତ୍ୱ ଦିଆଯାଇଛି ବୋଲି ମଧ୍ୟ ସେ କହିଥିଲେ।

LEAVE A REPLY

Please enter your comment!
Please enter your name here