ପୁରୀ ( ବିପ୍ଲବୀ ପରିକ୍ରମା ଡିଜିଟାଲ ):- ଓଡ଼ିଆ ନବ ବର୍ଷ ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରକାଶିତ କ୍ୟାଲେଣ୍ଡର ଉନ୍ମୋଚନ କରିଛନ୍ତି l
ଶ୍ରୀମନ୍ଦିରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ମହାପ୍ରଭୁଙ୍କ ଦର୍ଶନ ଓ ଆର୍ଶୀବାଦ ନେବାପାଇଁ ସକାଳୁ ସକାଳୁ ଶ୍ରୀମନ୍ଦିରରେ ପହଞ୍ଚିଥିଲେ ମୁଖ୍ୟମନ୍ତ୍ରୀ,ସିଂହଦ୍ଵାର ନିକଟରେ ପହଞ୍ଚିବା ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଓ ସେବାୟତଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ କରାଯାଇଥିଲା ।
ମୁଖ୍ୟମନ୍ତ୍ରୀଙ୍କ ସହ ଶ୍ରୀମନ୍ଦିର ଯାଇଥିଲେ ଆଇନମନ୍ତ୍ରୀ ଓ ରାଜସ୍ୱମନ୍ତ୍ରୀ l ଦର୍ଶନରୁ ଫେରିବା ପରେ ସିଂହଦ୍ଵାର ଠାରେ ମୁଖ୍ୟମନ୍ତ୍ରୀଙ୍କ କରକମଳରେ ଶ୍ରୀମନ୍ଦିର ପ୍ରଶାସନର ଦ୍ଵାରା ପ୍ରକାଶିତ ଓଡ଼ିଆ ନବବର୍ଷ କ୍ୟାଲେଣ୍ଡର ୨୦୨୫-୨୬ ବର୍ଷର ଶ୍ରୀମନ୍ଦିରରେ ପର୍ବପର୍ବାଣୀ ଓ ଯାନିଯାତ୍ରା କ୍ୟାଲେଣ୍ଡର ଲୋକାର୍ପଣ ଉତ୍ସବ ଅନୁଷ୍ଠିତ କରାଯାଇଛି l