ଭୁବନେଶ୍ୱର ( ବିପ୍ଲବୀ ପରିକ୍ରମା ):- ଲୋକଙ୍କ ଅଭିଯୋଗ ଶୁଣିବାର ଧାରା ଜାରି ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆଜି ବହୁ ସଂଖ୍ୟାରେ ଲୋକ ୟୁନିଟ୍-୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠକୁ ଆସି ନିଜର ଅଭିଯୋଗ ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇଛନ୍ତି। ତେବେ ଏହି ଅଭିଯୋଗ ଶୁଣାଣି ପ୍ରକ୍ରିୟା କେବଳ ଭୁବନେଶ୍ୱରରେ ସୀମିତ ରହିବ ନାହିଁ। ଆଗକୁ ଆର୍ଡିସି ସ୍ତରରେ ଅଭିଯୋଗ ଶୁଣାଣି କରାଯିବ। ଏହାଦ୍ୱାରା ଲୋକଙ୍କୁ ନ୍ୟାୟ ପ୍ରଦାନ ପ୍ରକ୍ରିୟା ଆହୁରି ସୁବିଧା ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଆଜି ସମୁଦାୟ ୧୭୪୧ଟି ଅଭିଯୋଗ ପଞ୍ଜିକୃତ ହୋଇଥିଲା। ମୁଖ୍ୟମନ୍ତ୍ରୀ ସକାଳ ୧୦ଟାରୁ ଅପରାହ୍ନ ସାଢ଼େ ୪ଟା ପର୍ଯ୍ୟନ୍ତ ଶୁଣାଣି କରିଥିଲେ।