କେନ୍ଦୁଝର ( ବିପ୍ଲବୀ ପରିକ୍ରମା ଡିଜିଟାଲ ) :- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜିଠୁ କେନ୍ଦୁଝରକୁ ୨ ଦିନିଆ ଗସ୍ତରେ ଆସୁଛନ୍ତି । ୫ ଓ ୬ ତାରିଖରେ (ସୋମବାର ଓ ମଙ୍ଗଳବାର) ଗସ୍ତ କାର୍ଯ୍ୟକ୍ରମ ରହିଛି । ପ୍ରଥମ ଦିନ ଧରଣୀଧର ନାଏକଙ୍କ ଜୟନ୍ତୀ ଅବସରରେ କୁସୁମିତାରେ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଯୋଗଦେଇ ବିପ୍ଳବୀ ନେତାଙ୍କୁ ଶ୍ରଦ୍ଧାଞ୍ଜଳି ଦେବେ ମୁଖ୍ୟମନ୍ତ୍ରୀ । କୁସୁମିତା ଗ୍ରାମରେ ଏକ ଜନସମାବେଶକୁ ମୁଖ୍ୟମନ୍ତ୍ରୀ ସମ୍ବୋଧିତ କରିବେ । ଏହାପରେ ଧରଣୀଧର ଭୂୟାଁଙ୍କ ଏନ୍ତୁଡିଶାଳ କୁସୁମିତାକୁ ଐତିହ୍ୟ ଗ୍ରାମ ଭାବେ ଘୋଷଣା କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।ନୂଆ ସରକାର ବିପ୍ଳବୀ ମାଟି ଧରଣୀଧରଙ୍କ ଗ୍ରାମକୁ ଐତିହ୍ୟ ଗ୍ରାମ ଭାବେ ଘୋଷଣା କରିବାକୁ ନିଷ୍ପତ୍ତି ନେଇଛନ୍ତି । ଧରଣୀଙ୍କ ବିପ୍ଳବ ସମ୍ପର୍କରେ ରାଜ୍ୟ ଓ ରାଜ୍ୟ ବାହାରର ଲୋକେ ଅନେକ ବିଷୟ ଜାଣିନାହାନ୍ତି । ତେଣୁ କୁସୁମିତା ଗ୍ରାମରେ ଏକ ସ୍ମୃତି ସଂଗ୍ରାହଳୟ, ପାଠାଗାର, ଖେଳ ପଡ଼ିଆ ସହିତ ବିପ୍ଳବୀଙ୍କ ବିଶାଳ ପ୍ରତିମୂର୍ତ୍ତି ନିର୍ମାଣ କରାଯିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଏହାସହିତ ଶିଶୁ ଉଦ୍ୟାନ କରାଯାଇଛି। ଏହାସହ ମୁଖ୍ୟମନ୍ତ୍ରୀ ଅପରାହ୍ନରେ ଧରଣୀଧର ମେଡିକାଲ କଲେଜରେ ଟ୍ରମା କେୟାର ସେଣ୍ଟରର ଶୁଭାରମ୍ଭ କରିବା ସହ ନବ ନିର୍ମିତ ଟାଉନ ଥାନାର ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି । ସଂଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓଡ଼ିଶା ସାହିତ୍ୟ ଏକାଡେମୀ ଆନୁକୁଲ୍ୟରେ ଅନୁଷ୍ଠିତ ତିନିଦିନ ବ୍ୟାପୀ ରଙ୍ଗବତୀ ମହୋତ୍ସବକୁ ମଧ୍ୟ ଉଦଘାଟନ କରିବେ ୬ ତାରିଖ ଅପରାହ୍ନରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ଫେରି ଯିବାର କାର୍ଯ୍ୟକ୍ରମ ରହିଛି ।