କଳିଙ୍ଗ ପୁତ୍ର ତଥା ନିଜ ବାପା ଙ୍କୁ ମନେ ପକାଇ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

0

ବିପ୍ଲବୀ ପରିକ୍ରମା ବ୍ୟୁରୋ :- ଆଜି ବୀର, ପ୍ରବାଦ ପୁରୁଷ ସ୍ବର୍ଗତ ବିଜୁ ବାବୁଙ୍କ ଜନ୍ମ ଜୟନ୍ତୀ l ଏହି ଅବସରରେ ମୁଖ୍ୟମନ୍ତ୍ରୀ ଅର୍ଥାତ ତାଙ୍କ ପୁଅ ନବୀନ ପଟ୍ଟନାୟକ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଜଣାଇବା ସହ ନିଜ ଟୁଇଟର ଏକାଉଣ୍ଟ ରେ କିଛି ଏଭଳି ପୋଷ୍ଟ କରିଛନ୍ତି l

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ବିଟ କରି କହିଛନ୍ତି, ” ଆଧୁନିକ ଓଡ଼ିଶାର ନିର୍ମାତା, ମହାନ ସ୍ୱାଧୀନତା ସଂଗ୍ରାମୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀରେ ମୋର ଶ୍ରଦ୍ଧାଞ୍ଜଳି ଜଣାଉଛି। ସମାଜର ସବୁ ବର୍ଗର ଲୋକଙ୍କୁ ନେଇ ବିକାଶକୁ ବଳିଷ୍ଠ କରିବା ଲାଗି ସେ ଆଙ୍କିଥିବା ନକ୍ସା ଏବେ ମଧ୍ୟ ଆମକୁ ବାଟ ଦେଖାଉଛି। ଆସନ୍ତୁ ସେହି ବିକାଶ ପୁରୁଷଙ୍କ ଅବଦାନକୁ ମନେ ପକାଇ ଓଡ଼ିଆ ଜାତୀୟତାର ପରିଚୟକୁ ଆହୁରି ଗୌରବାନ୍ଵିତ କରିବା। ନୂଆ ଓଡ଼ିଶା ଗଠନର ସଂକଳ୍ପକୁ ଆହୁରି ଦୃଢ଼ କରିବା। ”

LEAVE A REPLY

Please enter your comment!
Please enter your name here