ଭୁବନେଶ୍ୱର ( ବିପ୍ଲବୀ ପରିକ୍ରମା ଡିଜିଟାଲ ):- ଆଜି ମାର୍ଚ୍ଚ ୫ ତାରିଖ, ଓଡ଼ିଶାର ବରପୁତ୍ର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜନ୍ମଦିନ । ଏଥିପାଇଁ ଭୁବନେଶ୍ୱର ଜୟଦେବ ଭବନଠାରେ ସନ୍ଧ୍ୟା ୭ଟା ସମୟରେ ଏକ ରାଜ୍ୟସ୍ତରୀୟ ସଭାର ଆୟୋଜନ କରାଯାଇଛି । ଏହି କାର୍ଯ୍ୟକ୍ରମରେ ବିଶିଷ୍ଟ ଅତିଥି ଭାବରେ ଯୋଗ ଦେବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖି ନିମନ୍ତ୍ରଣ ଜଣାଇଛନ୍ତି । ବିଜୁ ପଟ୍ଟନାୟକଙ୍କ ଜନ୍ମଦିନ ସମାରୋହରେ ବିଶିଷ୍ଟ ଅତିଥି ଭାବେ ଯୋଗ ଦେବାକୁ ମୁଖ୍ୟମନ୍ତ୍ରୀ ନବୀନଙ୍କୁ ଅନୁରୋଧ କରିଛନ୍ତି ।
” ଆପଣଙ୍କୁ ମୋର ସାଦର ନମସ୍କାର,ମାର୍ଚ୍ଚ ୫ ତାରିଖରେ ରାଜ୍ୟ ସରକାର ଓଡ଼ିଶାର ମହାନ ବରପୁତ୍ର ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ମହାସମାରୋହରେ ପାଳନ କରୁଛନ୍ତି । ଏହି କାର୍ଯ୍ୟକ୍ରମରେ ବିଶିଷ୍ଟ ଅତିଥି ଭାବରେ ଯୋଗ ଦେବା ପାଇଁ ମୁଁ ଆପଣଙ୍କୁ ଅନୁରୋଧ କରୁଛି । ଆପଣଙ୍କର ଉପସ୍ଥିତି ଏହି କାର୍ଯ୍ୟକ୍ରମର ଶୋଭା ବଢ଼ାଇବ ବୋଲି ଚିଠି ରେ ଲେଖି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ l