କଟକ ବ୍ରିଜ ଅଘଟଣ : ମୁଖ୍ୟମନ୍ତ୍ରୀଙ୍କ ସହାୟତା ରାଶି ଘୋଷଣା

0

କଟକ ( ବିପ୍ଲବୀ ପରିକ୍ରମା ଡିଜିଟାଲ ):- ଶନିବାର କଟକ ଖାନନଗର ଅଞ୍ଚଳରେ ବ୍ରିଜ୍‌ ନିର୍ମାଣ କାମ ଜାରି ରହିଥିଲା । ବ୍ରିଜ୍‌ ଉପରେ କିଛି ଶ୍ରମିକ କାମ କରୁଥିଲେ । ଅଚାନକ କ୍ରେନରୁ ନିର୍ମାଣଧିନ ସ୍ଲାବ ଛିଡି ପଡିଥିଲା । ଫଳରେ ୫ ଜଣ ଶ୍ରମିକ ସ୍ଲାବ ତଳେ ଚାପି ହୋଇ ଗୁରୁତର ଆହତ ହୋଇଥିଲେ । ତୁରନ୍ତ ଆହତମାନଙ୍କୁ କଟକ SCB ମେଡିକାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ଡାକ୍ତର ୩ ଜଣଙ୍କୁ ମୃତ ଘୋଷଣା କରିଛନ୍ତି । ସେହିପରି ଅନ୍ୟ ୨ ଜଣଙ୍କ ଚିକିତ୍ସା ଚାଲିଥିବା ବେଳେ ସେମାନଙ୍କ ଅବସ୍ଥା ଅତି ସଂକଟାପର୍ଣ୍ଣ ରହିଛି ।

ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଃଖ ପ୍ରକାଶ କରିଛନ୍ତି । ଏଥିରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଇବା ସହ ସମସ୍ତ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି । ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୫ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରାଯାଇଛି । ଏଥିସହ ଦୁର୍ଘଟଣାରେ ଆହତଙ୍କୁ ମାଗଣାରେ ଚିକିତ୍ସା ସେବା ଯୋଗାଇବା ସହ ମୁଖ୍ୟମନ୍ତ୍ରୀ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି । ତେବେ ଅଘଟଣ ସମ୍ପର୍କରେ ଖବର ପାଇ ପୂର୍ତ୍ତମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କଟକ ଏସିବି ମେଡିକାଲ ଯାଇଥିଲେ । ସେଠାରେ ମୃତକଙ୍କ ପରିବାର ଏବଂ ଆହତଙ୍କୁ ଭେଟିଛନ୍ତି । ଘଟଣାର ତଦନ୍ତ ପାଇଁ ୩ ଜଣିଆ ଟିମ ଗଠନ ହେବ । ଏହି ଟିମ ୧୫ ଦିନ ଭିତରେ ରିପୋର୍ଟ ଦେବେ । ରିପୋର୍ଟ ଆସିବା ପରେ ଯିଏ ଦୋଷୀ ତାଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମନ୍ତ୍ରୀ କହିଛନ୍ତି ।

LEAVE A REPLY

Please enter your comment!
Please enter your name here