ବ୍ରହ୍ମପୁର ( ବିପ୍ଲବୀ ପରିକ୍ରମା ):- ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ସାମ୍ୱାଦିକତା ଓ ଗଣଯୋଗାଯୋଗ ବିଭାଗର ପୂର୍ବତନ ବରିଷ୍ଠ ପ୍ରଫେସର ତଥା ବରିଷ୍ଠ ସାମ୍ୱାଦିକ, ସ୍ତମ୍ଭକାର ଡକ୍ଟର ପ୍ରଦୀପ ମହାପାତ୍ରଙ୍କର ପରଲୋକ ଘଟିଛି। ଗତକାଲି ରାତ୍ର 2.10 ମିନିଟରେ ରାଜଧାନୀର ଏକ ଘରୋଇ ହସ୍ପିଟାଲରେ ଶେଷ ନିଶ୍ଵାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ 69 ବର୍ଷ ହୋଇଥିଲା। ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି। ସୂଚନାଯୋଗ୍ୟ, ବ୍ରହ୍ମପୁର ବିଶ୍ଵବିଦ୍ୟାଳୟର ସାମ୍ବାଦିକତା ଏବଂ ଗଣଯୋଗାଯୋଗ ବିଭାଗର ଅବସରପ୍ରାପ୍ତ ବିଭାଗୀୟ ମୁଖ୍ୟ ଡକ୍ଟର ପ୍ରଦୀପ ମହାପାତ୍ର ଗୁରୁତର ଭାବେ ଅସୁସ୍ଥ ହୋଇ ଭୁବନେଶ୍ଵରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ।ଡକ୍ଟର ମହାପାତ୍ରଙ୍କ ମୃତୁ୍ୟଶଯ୍ୟା ନିକଟରେ ତାଙ୍କ ସ୍ତ୍ରୀ ମନୋଜ ମଞ୍ଜରୀ ପଟ୍ଟନାୟକ ଓ ସମ୍ପର୍କୀୟବର୍ଗ ଉପସ୍ଥିତ ଥିଲେ।