ଆରପାରିରେ ଦେବେନ୍ଦ୍ର ଶର୍ମା

0

ବିପ୍ଲବୀ ପରିକ୍ରମା ଡିଜିଟାଲ :- ପୂର୍ବତନ କଂଗ୍ରେସ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କ ପରଲୋକ । ଦୀର୍ଘଦିନ ଧରି ମଧୁମେହ ରୋଗରେ ଆକ୍ରାନ୍ତ ଥିବା ଦେବେନ୍ଦ୍ରଙ୍କ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଦେହାନ୍ତ ହୋଇଛି । ୬୬ ବର୍ଷ ବୟସରେ ସେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି । କେନ୍ଦ୍ରାପଡ଼ା ଆଳି ବିଧାନସଭା ଆସନରୁ ଲଢ଼ି ୨୦୧୪ରୁ ୨୦୧୯ ପର୍ଯ୍ୟନ୍ତ ବିଧାୟକ ଥିଲେ ଦେବେନ୍ଦ୍ର । ଗତ ୨୦୨୪ ନିର୍ବାଚନରେ ଦେବେନ୍ଦ୍ରଙ୍କ ଝିଅ ଦେବସ୍ମିତା ଶର୍ମା କଂଗ୍ରେସ ଦଳରୁ ବିଧାୟିକା ପ୍ରାର୍ଥୀ ହୋଇଥିଲେ ।

ଦେବେନ୍ଦ୍ରଙ୍କ ପରଲୋକରେ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଟ୍ବିଟ କରି ଲେଖିଛନ୍ତି, “କେନ୍ଦ୍ରାପଡ଼ା ଜିଲ୍ଲା ଆଳିର ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ । ଲୋକପ୍ରତିନିଧି ଭାବେ ଜନକଲ୍ୟାଣକାରୀ କାର୍ଯ୍ୟ ଏବଂ ସେବା ପାଇଁ ସେ ସର୍ବଦା ସ୍ମରଣୀୟ ରହିବେ । ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ମୋର ଗଭୀର ସମବେଦନା ଜଣାଉଛି ।

LEAVE A REPLY

Please enter your comment!
Please enter your name here