ବିପ୍ଲବୀ ପରିକ୍ରମା ଡିଜିଟାଲ :- ରାଜ୍ୟରେ କିଛି ଦିନ ହେବ ଶୀତର ଲହରୀ ଜାରି ରହିଥିଲା। ସକାଳ ଓ ରାତି ସମୟରେ ଘରୁ ବାହାରିବା କଷ୍ଟ ହୋଇ ପଡ଼ୁଥିଲା। ସକାଳେ କୁହୁଡିର ଚାଦର ଢାଙ୍କି ହୋଇଯାଉଥିଲା। ସନ୍ଧ୍ୟା ହେବା ମାତ୍ରେ ମାଡ଼ି ଆସୁଥିଲା ଜାଡ଼। ଦେହ ଥରାଇ ଦେଉଥିଲା କୋହଲା ପବନ। ବିଶେଷକରି ଉପାନ୍ତ ଓ ପାହାଡିଆ ଅଞ୍ଚଳମାନଙ୍କରେ ଅଧିକ ଶୀତ ଅନୁଭୂତ ହେଉଥିଲା।
କିନ୍ତୁ ଏବେ ଏତେ କୁହୁଡି ଯେ, ମୁହଁକୁ ମୁହଁ ଦିଶୁନାହିଁ। ୧୦୦ ମିଟର ଦୂରତାରୁ ମଧ୍ୟ ମୁହଁ ଦିଶୁନି। ଫଳରେ ଗାଡିମୋଟର ଚଳାଚଳ ବାଧାପ୍ରାପ୍ତ ହୋଇଛି। ସାଧାରଣ ଜନଜୀବନ ମଧ୍ୟ ବ୍ୟାଘାତ ହୋଇଛି। ଦୃଶ୍ୟମାନ ଦୂରତା ଖୁବ୍ କମ୍ ଥିବାରୁ ଲୋକେ ଯିବା ଆସିବା କରିବାରେ ଅନେକ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏପରିକି ସକାଳେ ଲୋକେ ଗାଡ଼ି ଲାଇଟ ଲଗାଇ ଯାତାୟତ କରୁଥିବା ଦେଖିବାକୁ ମିଳୁଛି l