କରଞ୍ଜିଆରେ ‘ବିକଶିତ ଗାଁ ବିକଶିତ ଓଡ଼ିଶା’ କାର୍ଯ୍ୟକ୍ରମ ଅନୁଷ୍ଠିତ 

0

କରଞ୍ଜିଆ ( ବିପ୍ଲବୀ ପରିକ୍ରମା ଡିଜିଟାଲ ):- ରାଜ୍ୟରେ ବିଜେପି ସରକାର ଗଠନ ହେବା ପରେ ତୃଣମୂଳ ସ୍ତରରେ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନିଆଯାଉଥିବା ବେଳେ ବୁଧବାର ସାରା ରାଜ୍ୟରେ ବିକଶିତ ଗାଁ, ବିକଶିତ ଓଡ଼ିଶା କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏହିକ୍ରମରେ ଆଜି କରଞ୍ଜିଆ ବ୍ଲକ ପରିସରରେ ବ୍ଲକସ୍ତରୀୟ ବିକଶିତ ଗାଁ ବିକଶିତ ଓଡ଼ିଶା କାର୍ଯ୍ୟକ୍ରମର ଭରଚୁଆଲ ମାଧ୍ୟମରେ ଶୁଭାରମ୍ଭ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କରିଥିଲେ ।

କରଞ୍ଜିଆ ବ୍ଲକ ପ୍ରଶାସନ ଆନୁକୂଲ୍ୟରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୂଖ୍ୟ ଅତିଥି ଭାବେ କରଞ୍ଜିଆ ବିଧାୟକ ପଦ୍ମଚରଣ ହାଇବୁରୁ ଯୋଗ ଦେଇଥିବା ବେଳେ କରଞ୍ଜିଆ ଗୋଷ୍ଠୀ ଉନ୍ନୟନ ଅଧିକାରୀ ପ୍ରଦ୍ୟୁମ୍ନ କୁମାର ନାୟକ ସ୍ୱାଗତ ଅଭିଭାଷଣ ଓ ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ ।

ଏଥିରେ , ବ୍ଲକର ବିଭିନ୍ନ ପଞ୍ଚାୟତରୁ ଆସିଥିବା ସରପଞ୍ଚ, ସମିତି ସଦସ୍ୟ, ସଦସ୍ୟା, ଶତାଧିକ ପୁରୁଷ, ମହିଳା, ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟ, ଜନସାଧାରଣ ଯୋଗ ଦେଇଥିଲେ। ଏହି ଅବସରରେ ବ୍ଲକର ବିଭିନ୍ନ ବିଭାଗର ଅଧିକାରୀ ଓ କର୍ମଚାରୀ କାର୍ଯ୍ୟକ୍ରମ ପରିଚାଳନାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ।

LEAVE A REPLY

Please enter your comment!
Please enter your name here