ଗଜପତି ( ବିପ୍ଲବୀ ପରିକ୍ରମା ଡିଜିଟାଲ ):- ଗଜପତି ଜିଲ୍ଲା ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ସ୍ଥାନୀୟ ଗଜପତି ଷ୍ଟାଡିୟମ୍ ଠାରେ ମଙ୍ଗଳବାର ଶୁଭ ଉଦଘାଟିତ ହୋଇଯାଇଛି I ଏହି ଜିଲ୍ଲାସ୍ତରୀୟ କୃଷି ଯନ୍ତ୍ରପାତି ମେଳାରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶ ମୁଖ୍ୟ ଅତିଥିଭାବେ ଯୋଗଦେଇ ଥିବା ବେଳେ ସମ୍ମାନିତ ଅତିଥି ଭାବରେ ଶ୍ରୀମତୀ ନିର୍ମଳା ସେଠୀ, ଅଧକ୍ଷା, ପୌରପରିଷଦ ପାରଳାଖେମୁଣ୍ଡି, ଶ୍ରୀଯୁକ୍ତ ରାଜେନ୍ଦ୍ର ମିଞ୍ଜ ,ଅତିରିକ୍ତ ଜିଲ୍ଲାପାଳ ଗଜପତି, ଡ଼.ଗୁଣନିଧି ନାୟକ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଗଜପତି ପ୍ରମୁଖ ପ୍ରମୁଖ ମଞ୍ଚାସିନ ଥିଲେ I
ଏହି କୃଷି ମେଳାରେ ଜିଲ୍ଲାର ଚାଷୀ ଭାଇ ଓ ଭଉଣୀ ମାନଙ୍କ ର ସବୁ ବର୍ଗର ଚାଷୀ, ମହିଳା ସ୍ୱୟଂ ସହାୟିକା ଗୋଷ୍ଠକୁ ରିହାତି ମୂଲ୍ୟରେ ବିଭିନ୍ନ ଯନ୍ତ୍ରପାତି ଯୋଗାଇ ଦେବର ବ୍ୟବସ୍ଥା କରାଯାଉଛି। କୃଷକମାନେ ଚାଷ ପ୍ରଣାଳୀର ମାନଦଣ୍ଡ ବୃଦ୍ଧି କରି କିଭଳି ଭଲ ଫସଲ ଅମଳ କରିପାରିବେ ଏହି କାର୍ଯ୍ୟକ୍ରମର ମୂଳ ଉଦ୍ଦେଶ୍ୟ ଅଟେ । ସରକାରଙ୍କ ଦ୍ୱାରା ବିଭିନ୍ନ କୃଷି ଯନ୍ତ୍ରପାତି ପ୍ରଦର୍ଶିତ କରାଯିବ I ଏହି ମେଳା ତା.୩ ରିଖ ଠାରୁ ୭ ତାରିଖ ଡିସେମ୍ବର ୨୦୨୪ରିଖ ପର୍ଯ୍ୟନ୍ତ ଚାଲୁ ରହିବ I ସମସ୍ତ ଅତିଥି ମାନେ ଗଜପତି ଜିଲ୍ଲାର ଚାଷୀ ମାନଙ୍କୁ ଉଦବୋଧନ ଦେଇ କହିଥିଲେ ଯେ ଜିଲ୍ଲାର ସମସ୍ତ ଚାଷୀଙ୍କ ଉତ୍ପାଦକ କ୍ଷେତ୍ରରେ କମ୍ ସମୟରେ କେମିତି ଅଧିକ ରୁ ଅଧିକ ଫସଲ ଉତ୍ପାଦନ କରିପାରିବେ ଓ ରାଜ୍ୟ ସରକାର ଚାଷୀଙ୍କ ଉନ୍ନତିର ବିକାଶ ନିମନ୍ତେ କୃଷି ଯାନ୍ତ୍ରିକ ସୁବିଧା ଯୋଗାଇ ଦେବା ସହିତ ଏହି ଜିଲ୍ଲା କୃଷି ଯାନ୍ତ୍ରିକ ମେଳା ଆୟୋଜିତ କରାଯାଇଛି ବୋଲି ସମସ୍ତ ଚାଷୀଙ୍କୁ କହିଥିଲେ I
ଏହି କାର୍ଯ୍ୟକ୍ରମରେ ଶ୍ରୀମତୀ ସୁନେମୀ ମଣ୍ଡଳ, ଅଧକ୍ଷା,ପଞ୍ଚାୟତ ସମିତି ଗୁମ୍ମା, ଶ୍ରୀ ଏସ.ବାଲା ରାଜୁ, ଜିଲ୍ଲାପରିଷଦ ସଭ୍ୟ ଗୋଷାଣୀ,ଉପନିର୍ଦ୍ଦେଶକ ଉଦ୍ୟାନ ଅଧିକାରୀ ଶ୍ରୀ ସୁଶାନ୍ତ ରଞ୍ଜନ ଦାସ , ଶ୍ରୀ ସୁରେଶ ପଟ୍ଟନାୟକ ,ପ୍ରକଳ୍ପ ନିର୍ଦ୍ଦେଶକ, ଜଳ ବିଭାଜିକା ଗଜପତି, ଶ୍ରୀମତୀ ଶୁଭଶ୍ରୀ ପ୍ରିୟଦର୍ଶିନୀ ଓ ସଂଘମିତ୍ରା ପ୍ରଧାନ,ଅତିରିକ୍ତ କୃଷି ଅଧିକାରୀ ଗଜପତି ଜିଲ୍ଲାର ଓ ବିଭିନ୍ନ ବିଭାଗର ଅଧିକାରୀଗଣଙ୍କ ସମେତ କୃଷୀ ଓ ଆନୁସଙ୍ଗିକ ବିଭଗର ବରିଷ୍ଠ ଅଧିକାରୀ ମାନେ ଯୋଗଦେଇ ଚାଷୀ ମାନଙ୍କୁ କୃଷି ଯନ୍ତ୍ରପାତିର ବହୁଳ ବ୍ୟବହାର ଏବଂ ଉଦ୍ୟଗିକରଣ ଉପରେ ଆଲୋଚନା କରିଥିଲେ । ପରେ ପରେ ବିଭିନ୍ନଅନୁଷ୍ଠାନର କଳାକାର ମାନଙ୍କ ଦ୍ବାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମକୁ ଶ୍ରୀ ଅମୂଲ୍ୟ କୁମାର ପାଣିଗ୍ରାହୀ, ପରିଚାଳନା କରିଥିବା ବେଳେ ଶ୍ରୀ ରବିନ୍ଦ୍ର କୁମାର ଆଢେକ ଜିଲ୍ଲା କୃଷି ଅଧିକାରୀ ପାରଳାଖେମୁଣ୍ଡି ଧନ୍ୟବାଦ୍ ଅର୍ପଣ କରିଥିଲେ।