ବିପ୍ଲବୀ ପରିକ୍ରମା ଡିଜିଟାଲ :- ଆଜିଠୁ ରାଜ୍ୟରେ ରାତିର ତାପମାତ୍ରା ହ୍ରାସ ପାଇବ । ସର୍ବନିମ୍ନ ତାପମାତ୍ରା ୨-୪ ଡିଗ୍ରୀ ସେଲସିୟସ୍ ଯାଏ ଖସିବା ସମ୍ଭାବନା ରହିଛି । ଏନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଫଳରେ ରାଜ୍ୟର ବିଭିନ୍ନ ସ୍ଥାନରେ ପାରଦ ୧୫ ଡିଗ୍ରୀ ସେଲସିୟସ୍ ତଳକୁ ହ୍ରାସ ପାଇବ । ୯ ତାରିଖରୁ ରାତି ତାପମାତ୍ରା ବୃଦ୍ଧି ପାଇବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆସନ୍ତା ଦୁଇଦିନ ମଧ୍ୟରେ ଜଗତ୍ସିଂହପୁର, କଳାହାଣ୍ତି, ସୁନ୍ଦରଗଡ଼, କନ୍ଧମାଳ, ଯାଜପୁର ଆଦି ସ୍ଥାନରେ ତାପମାତ୍ରା କମିବା ସହ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ହେବାର ସମ୍ଭାବନା ରହିଛି । ପରବର୍ତ୍ତୀ ୩ ଦିନରେ ପୁଣି ତାପମାତ୍ରା ବୃଦ୍ଧି ପାଇବାର ସମ୍ଭାବନା ରହିଛି । ଆସନ୍ତା ୯ ତାରିଖ ବେଳକୁ ଆଭ୍ୟନ୍ତରୀଣ ଓଡ଼ିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ମଧ୍ୟ ସମ୍ଭାବନା ରହିଛି । ଆଜିଠାରୁ ୯ ତାରିଖ ପର୍ଯ୍ୟନ୍ତ ଉପକୂଳ ଓଡ଼ିଶାରେ ପାଗ ଆଶିଂକ ମେଘୁଆ ରହିପାରେ । ୯ ପରେ ହାଲୁକା ବର୍ଷାର ସମ୍ଭାବନା ରହିଛି । ଆସନ୍ତା ୧୦ରୁ ରାତ୍ରି ତାପମାତ୍ରା କମିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ତରଫରୁ ସୂଚନା ମିଳିଛି ।