ଆଜିଠୁ ପାରଦ ଉପରମୁହାଁ

0

ବିପ୍ଲବୀ ପରିକ୍ରମା ଡିଜିଟାଲ :-:୩/୪ ଦିନର ଆଶ୍ବସ୍ତି ପରେ କାଲିଠୁ ପୁଣି ଜଳାଇବ ତାତି, ୬ ଡିଗ୍ରୀ ବଢିବ ତାପମାତ୍ରା । କାଳବୈଶାଖୀ ପରେ ଆଜି ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକ ମଧ୍ୟରେ କିଛି ଅଞ୍ଚଳକୁ ଛାଡିଦେଲେ ଅବଶିଷ୍ଟ ରାଜ୍ୟରେ ପାଗ ଶୁଖିଲା ରହିବ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ ଏବଂ ଜଗତସିଂହପୁରର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପବନ ସମ୍ଭାବନା ରହିଛି । ଏଥିପାଇଁ ଉପରୋକ୍ତ ଜିଲ୍ଲାଗୁଡ଼ିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଅନ୍ୟପଟେ ପଶ୍ଚିମା ଝଡ଼ ଅପସରି ଯାଇଥିବାରୁ ଆଜିଠୁ ପାରଦ ଉପରମୁହାଁ ହେବ । ଆଗାମୀ ୪ରୁ ୫ ଦିନ ମଧ୍ୟରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ସର୍ବାଧିକ ତାପମାତ୍ରା ୪ରୁ ୬ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବା ସମ୍ଭାବନା ରହିଛି। ଫଳରେ ଦିନ ଓ ରାତିରେ ଗୁଳୁଗୁଳି ଅନୁଭୂତ ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

LEAVE A REPLY

Please enter your comment!
Please enter your name here