ବିପ୍ଲବୀ ପରିକ୍ରମା ଡିଜିଟାଲ :- ଆଜି ସଂସଦରେ ଉପସ୍ଥାପନ ହୋଇଛି କେନ୍ଦ୍ର ବଜେଟ୍-୨୦୨୫-୨୬ । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଅଷ୍ଟମ ଥର ପାଇଁ ସଂସଦରେ ବଜେଟ ଉପସ୍ଥାପନ କରିଛନ୍ତି । ବଜେଟ୍ରେ ଇନ୍କମ୍ ଟ୍ୟାକ୍ସକୁ ନେଇ ବଡ଼ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ୧୨ ଲକ୍ଷ ପର୍ଯ୍ୟନ୍ତ ଟ୍ୟାକ୍ସ ଛାଡ଼ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ । କ୍ୟାପିଟାଲ ଗେନ୍ ଛଡ଼ା ଅନ୍ୟ ଆୟ ୧୨ ଲକ୍ଷ ପର୍ଯ୍ୟନ୍ତ ଟିକସ ଛାଡ଼ ଘୋଷଣା କରିଛନ୍ତି ନିର୍ମଳା ସୀତାରମଣ । କ୍ୟାପିଟାଲ ଗେନ୍ ଥିଲେ ୮ରୁ ୧୨ ଲକ୍ଷ ପର୍ଯ୍ୟନ୍ତ ଆୟକର ୧୦ ପ୍ରତିଶତ ରହିବ । ସେହିପରି ୧୨ରୁ ୧୬ ଲକ୍ଷ ପର୍ଯ୍ୟନ୍ତ ଆୟ ପାଇଁ ୧୫% ଟିକସ । ୧୬ ଲକ୍ଷରୁ ୨୦ ଲକ୍ଷ ପର୍ଯ୍ୟନ୍ତ ଆୟ ପାଇଁ ୨୦ %, ୨୦ରୁ ୨୪ ଲକ୍ଷ ପର୍ଯ୍ୟନ୍ତ ଆୟ ପାଇଁ ୨୫%, ୨୪ ଲକ୍ଷରୁ ଅଧିକ ଆୟ ପାଇଁ ଟିକସ ୩୦ % ଟିକସ ଦେବାକୁ ପଡ଼ିବ । ଅନ୍ୟପକ୍ଷରେ ୧୨ ଲକ୍ଷ ପର୍ଯ୍ୟନ୍ତ ଆୟ ଥିଲେ ବାର୍ଷିକ ୮୦ ହଜାର ଟଙ୍କା ବଞ୍ଚିବ । ସେହିପରି ୧୮ ଲକ୍ଷ ପର୍ଯ୍ୟନ୍ତ ଆୟ ଥିଲେ ବାର୍ଷିକ ୭୦ ହଜାର ଓ ୨୫ ଲକ୍ଷ ପର୍ଯ୍ୟନ୍ତ ଆୟ ଥିଲେ ବାର୍ଷିକ ୧.୨୫ ଲକ୍ଷ ଟଙ୍କା ବଞ୍ଚିବ ।
ସେହିପରି ବଜେଟରେ ପ୍ରଧାନମନ୍ତ୍ରୀ କୃଷି ଧନ ଜନ ଯୋଜନାକୁ ଗୁରୁତ୍ୱ ଦେବା ସହ ଅର୍ଥମନ୍ତ୍ରୀ କିସାନ୍ କ୍ରେଡିଟ୍ କାର୍ଡର ଲିମିଟ୍ କେନ୍ଦ୍ର ସରକାର ବୃଦ୍ଧି କରିଥିବା ନେଇ ଘୋଷଣା କରିଛନ୍ତି । ପୂର୍ବରୁ ଏହା ୩ ଲକ୍ଷ ଟଙ୍କା ରହିଥିବା ବେଳେ,ଏବେ ଏହାକୁ ୫ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି।ଅର୍ଥମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ, ଏହି ବଜେଟ୍ ବିକାଶକୁ ନୂଆ ଦିଗ ଦେବ। ସମସ୍ତଙ୍କ ବିକାଶ, ମଧ୍ୟବିତ୍ତଙ୍କ କ୍ଷମତା ବୃଦ୍ଧି କରିବାକୁ ଏହି ବଜେଟ୍ ସମର୍ପିତ। ଯୁବ ଚାଷୀ, ଗ୍ରାମୀଣ ମହିଳା ଏବଂ ଛୋଟ ଛୋଟ ଚାଷୀଙ୍କ ଉପରେ ଏହି ବଜେଟରେ ଫୋକସ୍ କରାଯାଇଛି । ତେବେ ପ୍ରଧାନମନ୍ତ୍ରୀ କୃଷି ଧନ ଜନ ଯୋଜନାକୁ ରାଜ୍ୟ ସରକାରଙ୍କ ସହ ମିଶି ଚଳାଇବେ କେନ୍ଦ୍ର ସରକାର । ଯାହାର ଫାଇଦା ୧.୭ କୋଟି ଚାଷୀଙ୍କୁ ମିଳିପାରିବ । ପ୍ରଥମ ପର୍ୟ୍ୟାୟରେ ୧୦୦ଟି ବିକାଶଶୀଳ କୃଷି ଜିଲ୍ଲାକୁ ଏଥିରେ ସାମିଲ କରାଯିବ ।
ସେହିପରି ମେଡିକାଲ ଉପକରଣମୋବାଇଲ, କାର୍ ବ୍ୟାଟେରୀ ଇଲେକ୍ଟ୍ରିକ ଗାଡ଼ି ଏଲଇଡି ଟିଭି ଲିଥିୟମ ଆୟନ ବ୍ୟାଟେରୀ କପଡ଼ା, ଜୋତା, ପର୍ସ, ଲେଦର ଜ୍ୟାକେଟ୍ ବୈଦ୍ୟୁତିକ ଉପକରଣ କ୍ୟାନ୍ସର ଶସ୍ତା୬୫ ଔଷଧ ଉପରୁ ସୀମା ଶୁଳ୍କ ଛାଡ଼ lଜୀବନ ରକ୍ଷାକାରୀ ଔଷଧ ଉପରେ କଷ୍ଟମ ଡ୍ୟୁଟି ଛାଡ଼ । ୩୬ଟି ଜୀବନ ରକ୍ଷାକାରୀ ଔଷଧ ଉପରେ କଷ୍ଟମ ଡ୍ୟୁଟି ଛାଡ଼ ନେଇ ଘୋଷଣା କଲେ ନିର୍ମଳା । କଷ୍ଟମ ଡ୍ୟୁଟି ଛାଡ଼ ନେଇ ଅର୍ଥମନ୍ତ୍ରୀଙ୍କ ଘୋଷଣା । ଦେଶରେ ସ୍ବାସ୍ଥ୍ୟସେବାର ଅଗ୍ରଗତି ପାଇଁ ୧୦ ବର୍ଷରେ ମେଡିକାଲ ସିଟ୍ ୧.୧ ଲକ୍ଷ ବୃଦ୍ଧି କରାଯିବ। ସବୁ ଜିଲ୍ଲାରେ କ୍ୟାନ୍ସର ହସ୍ପିଟାଲ୍ ପ୍ରତିଷ୍ଠା କରାଯିବ। ଆବଶ୍ୟକ ଡାକ୍ତର ରହିବେ । ଆସନ୍ତା ୩ ବର୍ଷରେ ଲକ୍ଷ୍ୟ ପୂରଣ କରାଯିବ ବୋଲି କହିଛନ୍ତି ସୀତାରମଣ।ମେଡ଼ିକାଲ ପାଠ୍ୟକ୍ରମକୁ ଗୁରୁତ୍ବ । ୫ ବର୍ଷରେ ୭୫ ହଜାର ମେଡ଼ିକାଲ ସିଟ୍ ବୃଦ୍ଧି କରାଯିବ । ଆସନ୍ତାବର୍ଷ ଆଉ ୧୦ ହଜାର ମେଡିକାଲ ସିଟ୍ ବୃଦ୍ଧି ହେବ । ଡାଲି ଜାତୀୟ ଶସ୍ୟରେ ଆତ୍ମନିର୍ଭର ହେବ ଭାରତ । ଡାଲି ଜାତୀୟ ଶସ୍ୟ ଉତ୍ପାଦନ ପାଇଁ ୬ ବର୍ଷୀୟ ଯୋଜନା । ହରଡ଼, ମସୁର ଓ ବିରି ଉତ୍ପାଦନ ଉପରେ ସ୍ବତନ୍ତ୍ର ପ୍ରାଧାନ୍ୟ ଦିଆଯିବ ସହିତ ମାଛ ଉତ୍ପାଦନରେ ଭାରତ ଦ୍ବିତୀୟ ବୃହତ୍ତ ଦେଶ । ସବୁ ଉଚ୍ଚମାଧ୍ୟମିକ ସ୍କୁଲରେ ବ୍ରଡବ୍ୟାଣ୍ଡ ବ୍ୟବସ୍ଥା ହେବ । ୨ ବର୍ଷ ମଧ୍ୟରେ ପ୍ରତିଷ୍ଠା ହେବ ୫୦ ହଜାର ଅଟଳ ଟିଙ୍କରିଂ ଲ୍ୟାବ୍ । ଏଆଇ ଶିକ୍ଷାକୁ ପ୍ରୋତ୍ସାହନ ପାଇଁ ୫ଶହ କୋଟିର ସ୍ବତନ୍ତ୍ର ବ୍ୟୟବରାଦ କରାଯିବ ।ଖାଇବା ତେଲରେ ଆତ୍ମନିର୍ଭର ହେବା ଲକ୍ଷ୍ୟ । ଏଥିପାଇଁ ୬ ବର୍ଷିଆ ସ୍କିମ୍ ସରକାର ଆରମ୍ଭ କରିବାକୁ ଯାଉଛନ୍ତି । ଏହାସହ ବିହାରରେ ଏକ ମଖାନା ବୋର୍ଡ ଗଠନ କରାଯିବ । ମଖାନା ବୋର୍ଡ ବିହାର କୃଷକଙ୍କୁ ତାଲିମ ପ୍ରଦାନ କରିବ । ସେପଟେ ମତ୍ସ୍ୟ ଉତ୍ପାଦନରେ ଭାରତ ସାରା ବିଶ୍ବରେ ଦ୍ବିତୀୟ ବୋଲି ଗୃହରେ ଅବଗତ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ । ବଜେଟରେ ଗ୍ରାମୀଣ ମହିଳା ଓ ଯୁବବର୍ଗଙ୍କୁ ଅତିରିକ୍ତ ସହାୟତା ମିଳିବ । ଭାରତର ଅର୍ଥନୀତି ଗତିଶୀଳ ରହିଛି । ଆସନ୍ତା ୫ ବର୍ଷରେ ସମସ୍ତଙ୍କ ବିକାଶକୁ ଅଗ୍ରାଧିକାର ଦିଆଯିବ । ଜ୍ଞାନ ଉପରେ ଆମର ଫୋକସ ,ବିକଶିତ ଭାରତ ପାଇଁ ବଜେଟ୍ ପ୍ରସ୍ତୁତ ହୋଇଛି । କପା ଚାଷୀଙ୍କୁ ସର୍ବୋତ୍ତମ ବୈଷୟିକ ସୁବିଧା ଯୋଗାଇ ଦିଆଯିବ ବୋଲି କହିଲେ ଅର୍ଥମନ୍ତ୍ରୀ ।