ପୁଣି ଫେରିଲା ତାତି

0

ବିପ୍ଲବୀ ପରିକ୍ରମା ଡିଜିଟାଲ :- କାଳବୈଶାଖୀ ବର୍ଷା ପରେ ରାଜ୍ୟରେ ପୁଣି ବଦଳୁଛି ପାଗ । ବଢୁଛି ତାତି, ଉପରମୁହାଁ ହେବାରେ ଲାଗିଛି ପାରଦ । ଆସନ୍ତା ୩ ଦିନ ରାଜ୍ୟରେ ଅସମ୍ଭାଳ ଗରମ ନେଇ ସତର୍କ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇବ । ଅନେକ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଟପିବା ସହ କିଛି ସ୍ଥାନରେ ୪୨ ଡିଗ୍ରୀ ଛୁଇଁବା ନେଇ ପୂର୍ବାନୁମାନ କରାଯାଇଛି । ୨୯ ଓ ୩୦ ତାରିଖରେ ହିଟ୍‌ ୱେଭ ନେଇ ସତର୍କ କରାଇଛି ପାଣିପାଗ କେନ୍ଦ୍ର । ସୋନପୁର, ବଲାଙ୍ଗୀର, ବୌଦ୍ଧ, କଳାହାଣ୍ଡି ଓ ସମ୍ବଲପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

LEAVE A REPLY

Please enter your comment!
Please enter your name here