ଆଜିଠୁ ୪ ଦିନ ପ୍ରବଳ ବର୍ଷିବ

0

ବିପ୍ଲବୀ ପରିକ୍ରମା ଡିଜିଟାଲ :- ରାଜ୍ୟରେ ଆସନ୍ତାକାଲିଠାରୁ ୧୮ ତାରିଖ ଯାଏଁ ପ୍ରବଳ ବର୍ଷିବ। ଆସନ୍ତାକାଲି ଗଜପତି, ରାୟଗଡ଼ା, କଳାହାଣ୍ଡି ଓ କୋରାପୁଟରେ ବିଜୁଳି, ଘଡ଼ଘଡ଼ି ସହ କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ସେହିପରି ଅବଶିଷ୍ଟ ଓଡ଼ିଶାରେ ମଧ୍ୟ ବର୍ଷା ସମ୍ଭାବନା ରହିଛି। ଏଣୁ ଏସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂରେ ରଖାଯାଇଛି। ତେବେ ୧୬ ତାରିଖଠାରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ। ସୁନ୍ଦରଗଡ଼ ଓ କେନ୍ଦୁଝରରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯିବା ସହ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହ ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, ଢେଙ୍କାନାଳ, ଗଜପତି, ରାୟଗଡ଼ା ଓ କୋରାପୁଟ ଜିଲ୍ଲାର ଅନେକ ସ୍ଥାନରେ ଭୀଷଣ ବର୍ଷାକୁ ନେଇ ୟେ‌ଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏହାଛଡ଼ା ସାରା ଓଡ଼ିଶାରେ ବର୍ଷା ହେବ। ୧୭ ତାରିଖ ଦିନ ବି ରାଜ୍ୟର ବିଭିନ୍ନ ସ୍ଥାନରେ ଭୀଷଣ ବର୍ଷା ସମ୍ଭାବନାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ୧୮ ତାରିଖରେ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି। ଖୁବ୍‌ଶୀଘ୍ର ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହେବାକୁ ଯାଉଥିବା ବେଳେ ରାଜ୍ୟରେ ବର୍ଷାକୁ ନେଇ ସତର୍କ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଆସନ୍ତା ୨ ଦିନ ଭିତରେ ଗୁଜୁରାଟ, ବିଦର୍ଭ, ଛତିଶଗଡ଼ ଓ ଓଡ଼ିଶାର କିଛି କିଛି ସ୍ଥାନରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହେବାକୁ ପାଗ ଅନୁକୂଳ ହେଉଛି। ଏହାପରେ ପଶ୍ଚିମବଙ୍ଗ, ଝାରଖଣ୍ଡ ଓ ବିହାରରେ ମଧ୍ୟ ମୌସୁମୀ ସକ୍ରିୟ ହେବାକୁ ପାଗ ସୁହାଇବ। ଫଳରେ ରାଜ୍ୟରେ ବର୍ଷା ଜାରି ରହିବା ସହ ପାଗ କୋହଲା ଓ ଥଣ୍ଡା ରହିବ।

LEAVE A REPLY

Please enter your comment!
Please enter your name here