ବିପ୍ଲବୀ ପରିକ୍ରମା ବ୍ୟୁରୋ :- ପୁଣି ଆସୁଛି ଲଘୁଚାପ l ୩୧ ତାରିଖରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଆଉ ଏକ ଲଘୁଚାପ। ପ୍ରଭାବରେ ଅଗଷ୍ଟ ୩ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା। ୮ଟି ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି। ଆଜି ପାଇଁ ଉପକୂଳ ଓଡ଼ିଶା ସମେତ କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, କୋରାପୁଟ, ନବରଙ୍ଗପୁର, ବରଗଡ, କେନ୍ଦୁଝର ମୟୁରଭଞ୍ଜ ଜିଲ୍ଲାରେ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି।