ରାଜ୍ୟରେ ଆହୁରି ୭ ଦିନ ଯାଏ କାଳବୈଶାଖୀ ବର୍ଷା

0

ବିପ୍ଲବୀ ପରିକ୍ରମା ଡିଜିଟାଲ :- ରାଜ୍ୟରେ ଆହୁରି ୭ ଦିନ ଯାଏ କାଳବୈଶାଖୀ ବର୍ଷା ସମ୍ଭାବନା । ଏନେଇ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଭାଗ। ଶନିବାର ଦକ୍ଷିଣ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ବିଜୁଳି ଘଡଘଡି ସହ ହାଲୁକରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ବର୍ଷାର ସତର୍କତାକୁ ନେଇ ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି ,ଗଂଜାମ ଓ କଳାହାଣ୍ଡି ସେହିପରି ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଙ୍ଗ ଜାରି କରିଛି ପାଣିପାଗ ବିଭାଗ l ଏହିସବୁ ଜିଲ୍ଲାରେ ୫୦ ରୁ ୬୦ କିମି ଝଡ ପବନ ବହିବାର ସମ୍ଭାବନା ରହିଛି। ସେହିପରି ନବରଙ୍ଗପୁର, କଳାହାଣ୍ଡି, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ,ନୟାଗଡ, ଖୋର୍ଦ୍ଧା, ପୁରୀ ଜଗତସିଂହପୁର, କଟକ, କେନ୍ଦ୍ରାପଡା, ଯାଜପୁର ,ଭଦ୍ରକ, ମୟୁରଭଞ୍ଜ, ସୁନ୍ଦରଗଡ ଓ ବାଲେଶ୍ୱର ଏହି ୧୮ ଜିଲ୍ଲାକୁ ୟେଲୋ ବର୍ଣ୍ଣିଙ୍ଗ ଜାରି କରିଛି ବିଭାଗ। ଏହିସବୁ ଜିଲ୍ଲାରେ ୪୦ ରୁ ୫୦ କିମି ଝଡ ପବନ ବହିବାର ସମ୍ଭାବନା ରହିଛି। ଆଜି ମଧ୍ୟ ବିଜୁଳି ଘଡ଼ଘଡ଼ି ସହ ହାଲୁକରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଦେଇଛି ବିଭାଗ।

LEAVE A REPLY

Please enter your comment!
Please enter your name here