ଗଜପତି ( ବିପ୍ଲବୀ ପରିକ୍ରମା ଡିଜିଟାଲ ):- ହୋମଗାର୍ଡ ଶାରୀରିକ ପରିକ୍ଷଣ ସମୟରେ ଅଘଟଣ , ଜଣେ ମୃତ ଅନ୍ୟ ଜଣେ ଗୁରୁତର ଅବସ୍ଥାରେ ମେଡିକାଲ ରେ ଭର୍ତ୍ତି, ମୃତକ ହେଉଛନ୍ତି ରାମଗିରି ଥାନା ଅନ୍ତର୍ଗତ ପରିସଲ ଗ୍ରାମର ଲାଦେନ ମିଶାଇ। ସ୍ଥାନୀୟ ବେତାଗୁଡା ଠାରେ ଶାରିରୀକ ପରୀକ୍ଷା ଆରମ୍ଭ ହୋଇଥଲା ଏହାପରେ ରାଣିପେଣ୍ଠ ଠାରୁ ପଦ୍ମପୁର ଦୁଇ କିମି ରାସ୍ତାରେ ସକାଳୁ ଦୈାଡ ପରୀକ୍ଷା ଚାଲିଥିବା ବେଳେ ଦୈାଡ ସଫଳତାର ସହ ଉତ୍ତୀର୍ଣ୍ଣ ହୋଇଥିଲେ, କିନ୍ତୁ ହଠାତ୍ ତଳେ ପଡ଼ିଯିବା ପରେ ଗୁରୁତର ହୋଇ ପଡ଼ିବାକୁ ତୁରନ୍ତ ତାଙ୍କୁ ପାରଳାଖେମୁଣ୍ଡି ମୂଖ୍ୟ ଚିକିତ୍ସାଳୟକୁ ଆଣିଥିଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ସମାନ ପରିସ୍ଥିତିରେ ଅନ୍ୟ ଜଣେ ପ୍ରାର୍ଥୀ ପି ଶଙ୍କର ଗୁରୁତର ଅବସ୍ତାରେ ଚିକିତ୍ସିତ ହେଉଛନ୍ତି।