୩ୟ ଦିନିକିଆରେ ଭାରତର ଦମ୍‌ଦାର ପ୍ରଦର୍ଶନ : ୧୪୨ରନ୍‌ରେ ହାରିଲା ଇଂଲଣ୍ଡ

0

ଅହମ୍ମଦାବାଦ ( ବିପ୍ଲବୀ ପରିକ୍ରମା ଡିଜିଟାଲ ):- ଚାମ୍ପିଅନ୍ସ ଟ୍ରଫି ପୂର୍ବରୁ ଭାରତ ଓ ଇଂଲଣ୍ଡ ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଦିନିକିଆ ଶୃଙ୍ଖଳାର ଅନ୍ତିମ ମୁକାବିଲାରେ ଭାରତ ଦମଦାର ପ୍ରଦର୍ଶନ କରିଛି। ଅହମଦାବାଦ୍‌ସ୍ଥିତ ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଖେଳା ଯାଇଥିବା ଏହି ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଓ ବୋଲରମାନେ ପ୍ରଶଂସନୀୟ ପ୍ରଦର୍ଶନ କରିଛନ୍ତି। ଭାରତ ଏହି ମ୍ୟାଚ୍‌ରେ ବିଶାଳ ବିଜୟ ହାସଲ କରିଛି।

୩୫୭ ରନ୍‌ର ବିଜୟ ଲକ୍ଷ୍ୟ ନେଇ ବ୍ୟଟିଂ କରିଥିବା ବିଦେଶୀ ଟିମ୍ ୧୪୨ ରନ୍‌ରେ ପରାସ୍ତ ହୋଇଛନ୍ତି। ଇଂଲଣ୍ଡ ଟିମ୍‌ ୩୪.୨ ଓଭରରେ ସମସ୍ତ ୱିକେଟ୍‌ ହରାଇ ୨୧୪ ରନ୍‌ କରିପାରିଛି। ଏଥି ସହିତ ଭାରତୀୟ ଟମ୍‌ ଇଂଲଣ୍ଡକୁ ୧୩ ବର୍ଷ ପରେ ମୂଳପୋଛ କରିଛି।

ଅନ୍ତିମ ମୁକାବିଲାରେ ଭାରତୀୟ ବୋଲରମାନେ ପ୍ରଶଂସନୀୟ ବୋଲିଂ କରିଥିଲେ। ଅର୍ଶଦୀପ ସିଂହ, ହର୍ଷିତ ରାଣା, ଅକ୍ଷର ପଟେଲ, ହାର୍ଦ୍ଦିକ ପାଣ୍ଡ୍ୟା ୨ଟି ଲେଖାଏଁ ୱିକେଟ୍‌ ନେଇଥିଲେ। ସେହିପରି ୱାସିଂଟନ୍‌ ସୁନ୍ଦର ଓ କୁଲଦୀପ ଯାଦବଙ୍କୁ ଗୋଟିଏ ଲେଖାଏଁ ୱିକେଟ୍‌ ମିଳିଥିଲା।

ଏହି ମ୍ୟାଚ୍‌ରେ ଇଂଲଣ୍ଡ ଟସ୍ ଜିଣି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଲା ପରେ ଭାରତ ବ୍ୟାଟିଂ କରିଥିଲା।

ରୋହିତ ଶର୍ମାଙ୍କ ନେତୃତ୍ବରେ ଘରୋଇ ଦଳ ନିର୍ଦ୍ଧାରିତ ୫୦ ଓଭରରେ ସମସ୍ତ ୱିକେଟ୍ ହରାଇ ୩୫୬ ରନ୍ ସଂଗ୍ରହ କରିଥିଲା।

LEAVE A REPLY

Please enter your comment!
Please enter your name here