ଦୀଘା ଜଗନ୍ନାଥ ମନ୍ଦିର ବିବାଦ ମାମଲାରେ ତଦନ୍ତ ଆରମ୍ଭ : ରାମକୃଷ୍ଣଙ୍କୁ ଦେଢ ଘଣ୍ଟା ପଚରାଉଚରା

0

ବିପ୍ଲବୀ ପରିକ୍ରମା ଡିଜିଟାଲ :- ପଶ୍ଚିମବଙ୍ଗ ଦୀଘାରେ ନବ ନିର୍ମିତ ଜଗନ୍ନାଥ ମନ୍ଦିରରେ ପୂଜା ପାଉଥିବା ମହାପ୍ରଭୁଙ୍କ ଶ୍ରୀବିଗ୍ରହ ଦାରୁ କାଠରେ ନିର୍ମାଣକୁ ନେଇ ବିବାଦ ପ୍ରସଙ୍ଗ । ଶ୍ରୀମନ୍ଦିର ଦଇତାପତି ନିଯୋଗର ସମ୍ପାଦକ ରାମକୃଷ୍ଣ ଦାସ ମହାପାତ୍ରଙ୍କୁ ପଚରାଉଚରା କରୁଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ। ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଚାଲିଛି ପଚରାଉଚରା । ୨୦୧୫ ନବକଳେବର ବଳକା ଦାରୁରେ ମହାପ୍ରଭୁଙ୍କ ଶ୍ରୀବିଗ୍ରହ କରି ଦୀଘା ଜଗନ୍ନାଥ ମନ୍ଦିରକୁ ପ୍ରଦାନ କରିଥିବା ନେଇ ଏକ ବଙ୍ଗଳା ଟିଭି ଚ୍ୟାନେଲରେ ରାମକୃଷ୍ଣ ଦାସ ମହାପାତ୍ର ଦେଇଥିଲେ ପ୍ରତିକ୍ରିୟା । ଘଟଣାକୁ ନେଇ ଜଗନ୍ନାଥ ପ୍ରେମୀଙ୍କ ମହଲରେ ଅସନ୍ତୋଷ ପରେ ସମଗ୍ର ଘଟଣାର ତଦନ୍ତ ପାଇଁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ନିର୍ଦ୍ଦେଶ ଦେଇଥିଲେ ଆଇନମନ୍ତ୍ରୀ । ଦାରୁ’ ବିବାଦ ନେଇ ପଚରାଉଚରା ଜାରି । ନିଯୋଗ ସଭାପତି ଉପସ୍ଥିତ । ନବକଳେବର ଦାରୁରେ ଦୀଘା ଦିଅଁ ନିର୍ମାଣ ବିବାଦ ପ୍ରସଙ୍ଗରେ ଶ୍ରୀମନ୍ଦିର ପ୍ରଶାସନର ତନାଘନା । ଦଇତାପତି ନିଯୋଗ ସମ୍ପାଦକ ରାମକୃଷ୍ଣ ଦାସମହାପାତ୍ରଙ୍କୁ ବଳକା ଦାରୁ ବାବଦରେ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ପଚରାଉଚରା । ଦଇତାପତି ନିଯୋଗ ସଭାପତି ଗଣେଶ ଦାସମହାପାତ୍ରଙ୍କୁ ବି ପଚରାଉଚରା ଜାରି ରହିଛି ।

 

ଅନ୍ୟପଟେପଶ୍ଚିମବଙ୍ଗର ବିଜେପି ନେତା ତଥା ବିରୋଧୀ ଦଳ ନେତା ଶୁଭେନ୍ଦୁ ଅଧିକାରୀ ଦୀଘା ଜଗନ୍ନାଥ ମନ୍ଦିର ପ୍ରସଙ୍ଗରେ ଓଡ଼ିଶାର ଆଇନମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶକୁ ସ୍ବାଗତଯୋଗ୍ୟ କହିଛନ୍ତି । ବଳକା ନବକଳେବର ଦାରୁ ବ୍ୟବହାର ଜଗନ୍ନାଥ ସଂସ୍କୃତି ପ୍ରତି ଘୋର ଅପମାନ । ନିମ୍ନସ୍ତରକୁ ଖସି ଯାଇଛନ୍ତି ପଶ୍ଚିମବଙ୍ଗ ସରକାର । ଭାରତରେ ୪ଟି ଧାମ-ପୁରୀ, ଦ୍ବାରିକା, ବଦ୍ରିନାଥ ଓ ରାମେଶ୍ବରମ । ଦୀଘା ଜଗନ୍ନାଥ ମନ୍ଦିରକୁ ଧାମ ବୋଲି ଲେଖିବା ଭୁଲ ବୋଲି ସେସିଆଲ ମିଡିଆ ଏକ୍ସରେ ଲେଖିଛନ୍ତି ଶୁଭେନ୍ଦୁ ।

ଶ୍ରୀମନ୍ଦିର ଦାରୁ ଗୃହରୁ ଦାରୁ ଚୋରି କରିଥିବା ବ୍ୟକ୍ତି ବିଶେଷଙ୍କୁ ତୁରନ୍ତ ଗିରଫ କରାଯାଉ । ଏହି ଦାବି ନେଇ ଶ୍ରୀଜଗନ୍ନାଥ ସେନା ପକ୍ଷରୁ ଆବାହକ ପ୍ରିୟଦର୍ଶନ ପଟ୍ଟନାୟକ ପୁରୀ ସିଂହଦ୍ଵାର ଥାନାରେ ଏତଲା ଦେଇଛନ୍ତି । ଦାରୁ ଚୋରି ଅଭିଯୋଗକୁ ନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଏବଂ ଦଇତାପତି ନିଯୋଗ ସମ୍ପାଦକ ରାମକୃଷ୍ଣ ଦାସମହାପାତ୍ରଙ୍କ ବିରୁଦ୍ଧରେ ଥାନାରେ ସେନା ପକ୍ଷରୁ ଏତଲା ଦିଆଯାଇଛି । ତେବେ ପୂର୍ବରୁ ବ୍ରହ୍ମ ବିଭ୍ରାଟ, ରତ୍ନ ଭଣ୍ଡାର ଚାବି ହଜିବା, ପ୍ରଭୁ ବଳଭଦ୍ର ରଥ ଉପରୁ ଖସି ପଡିବା ଘଟଣାତଦନ୍ତ ଫଳ ଶୂନ । ଏଣୁ ଏହି ଦାରୁ ଚୋରି ଘଟଣା ର ତଦନ୍ତ ଯଦି ଶୂନ ହୁଏ ତେବେ ଆଗାମୀ ଦିନରେ ଏହି ସରକାର ମଧ୍ୟ ଶୂନ ହୋଇଯିବ।ମହାପ୍ରଭୂ କାହାରିକୁ କ୍ଷମା ଦେବେ ନାହିଁ । ଗତ ସରକାର ଏହି ପରିଣାମ ଭୋଗି ସାରିଛି ” ବୋଲି ଚର୍ଚ୍ଚା ଜୋର ଧରିଛି l

LEAVE A REPLY

Please enter your comment!
Please enter your name here