ଆଇପିଏସ୍‌ ଡିଏସ୍‌ କୁଟ୍ଟେଙ୍କୁ ଓଏସ୍‌ଡି ଭାବେ ନିଯୁକ୍ତି

0

ବିପ୍ଲବୀ ପରିକ୍ରମା ବ୍ୟୁରୋ :- ଆଇପିଏସ୍‌ ଡିଏସ୍‌ କୁଟ୍ଟେଙ୍କୁ ଓଏସ୍‌ଡି ଭାବେ ନିଯୁକ୍ତି । ନିଲମ୍ବନ ଉଠିବା ପରେ ରାଜ୍ୟ ଗୃହ ବିଭାଗ ଓଏସ୍‌ଡି ଭାବେ ନିଯୁକ୍ତି ଦେଲେ ସରକାର । ନିର୍ବାଚନ ସମୟରେ କୁଟ୍ଟେଙ୍କୁ ନିଲମ୍ବିତ କରାଯାଇଥିଲା । ତତ୍କାଳୀନ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଥିବା ବେଳେ ନିଲମ୍ବିତ ହୋଇଥିଲେ । ଭାରତୀୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶରେ ନିଲମ୍ବିତ ହୋଇଥିଲେ କୁଟ୍ଟେ । ତତ୍କାଳୀନ ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ବତନ୍ତ୍ର ସଚିବ ଥିବା ଆଇପିଏସ ଅଫିସର ଡିଏସ କୁଟ୍ଟେଙ୍କୁ ନିର୍ବାଚନ ପରିଚାଳନାରେ ଅଯଥା ହସ୍ତକ୍ଷେପ କରିଥିବା ଅଭିଯୋଗରେ ମେ ୨୮ ତାରିଖରେ ନିଲମ୍ବିତ କରିଥିଲେ ନିର୍ବାଚନ ଆୟୋଗ । ଏହା ସହିତ ସସପେଣ୍ଡ କାଳରେ ତାଙ୍କୁ ନୂଆଦିଲ୍ଲୀ ଆବାସିକ କମିଶନରଙ୍କ ଅଫିସରେ କାର୍ଯ୍ୟ କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା । ଏହାପରେ ଜୁନ୍ ୬ ତାରିଖ ଦିନ କୁଟ୍ଟେଙ୍କ ଉପରୁ ନିଲମ୍ବନଙ୍କୁ ସର୍ତ୍ତମୂଳକ ଭାବେ ତତ୍କାଳ ପ୍ରଭାବରୁ ହଟାଇ ଦେବା ପାଇଁ ମୁଖ୍ୟ ନିର୍ବାଚନ ଆୟୋଗ ନିର୍ଦ୍ଦେଶ ଦେଇଥିଲେ। ଏଥି ସହ କୁଟ୍ଟେଙ୍କୁ ପରବର୍ତ୍ତୀ ନିଯୁକ୍ତି ପାଇଁ ମୁଖ୍ୟ ଶାସନ ସଚିବଙ୍କ ପାଖେ ରିପୋର୍ଟ କରିବାକୁ ମଧ୍ୟ ନିର୍ଦ୍ଦେଶ ଦେଇଥିଲେ ନିର୍ବାଚନ ଆୟୋଗ । ନିର୍ଦ୍ଦେଶ କ୍ରମେ ବର୍ତ୍ତମାନ ରାଜ୍ୟ ସରକାର ତାଙ୍କୁ ରାଜ୍ୟ ଗୃହ ବିଭାଗ ଓଏସ୍‌ଡି ଭାବେ ନିଯୁକ୍ତି ଦେଇଥିବା ଜଣାପଡିଛି ।

LEAVE A REPLY

Please enter your comment!
Please enter your name here