ବିପ୍ଲବୀ ପରିକ୍ରମା ଡିଜିଟାଲ :- ଶୀତରେ ଥରୁଛି ସାରା ଓଡ଼ିଶା । ରାଜ୍ୟରେ ଜାରି ରହିଛି ଶୀତ ଲହରୀ । ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ଶୀତ ହେବ । ଆଗକୁ ଆହୁରି ଶୀତ ବଢ଼ିବାର ସମ୍ଭାବନା ରହିଛି । ଅନ୍ୟପଟେ ପ୍ରବଳ ଶୀତ ସାଙ୍ଗକୁ ଘନ କୁହୁଡ଼ି ଜନଜୀବନକୁ ଅସ୍ତବ୍ୟସ୍ତ କରୁଛି । ଘନ କୁହୁଡ଼ିକୁ ନେଇ ଆଗାମୀ ୪୮ ଘଣ୍ଟା ପାଇଁ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ରାଜ୍ୟର କିଛି ଅଞ୍ଚଳରେ ପାଗ ମେଘୁଆ ରହିବାର ସମ୍ଭାବନା ଥିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆଗାମୀ ୪ଦିନ ମଧ୍ୟରେ ସର୍ବନିମ୍ନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ । ଏହା ପରେ ତାପମାତ୍ରା ୨ରୁ ୪ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବାର ସମ୍ଭାବନା ଥିବା ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ସେହିପରି ଆଜି ଠାରୁ ଆଗାମୀ ୨ଦିନ ପର୍ଯ୍ୟନ୍ତ କିଛି ଜିଲ୍ଲାରେ ଘନ କୁହୁଡ଼ି ଦେଖାଦେବ । ଯାହାକୁ ନେଇ କୋରାପୁଟ, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।