ଆଜି ବି ବର୍ଷିବ 

0

ବିପ୍ଲବୀ ପରିକ୍ରମା ଡିଜିଟାଲ :- ଆଜି ବି ଲାଗିରହିବ ବର୍ଷା l କିଛି ସ୍ଥାନରେ ବର୍ଷା ସହ ବିଜୁଳି ଘଡ଼ଘଡ଼ି ଓ କୁଆପଥର ମାଡ଼ ହୋଇପାରେ l ୫୦ରୁ ୬୦ କିଲୋମିଟର ବେଗରେ ପବନ ମଧ୍ୟ ବହିପାରେ । ସେହିପରି ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାର କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଆଜି ସକାଳ ୮ଟା ୩୦ରୁ ଆଗାମୀ ୨୪ ଘଣ୍ଟା ଯାଏଁ ୧୫ କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ l କଳାହାଣ୍ଡି, କନ୍ଧମାଳ, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଜିଲ୍ଲାରେ ଆଗାମୀ ଆସନ୍ତାକାଲି ସକାଳ ସୁଦ୍ଧା ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ସେହିପରି କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି l

LEAVE A REPLY

Please enter your comment!
Please enter your name here