ବ୍ରହ୍ମପୁର ( ବିପ୍ଲବୀ ପରିକ୍ରମା ଡିଜିଟାଲ ):- ମଙ୍ଗଳବାର ବ୍ରହ୍ମପୁର ଉପଖଣ୍ଡ ସ୍ତରୀୟ ଦିବ୍ୟାଙ୍ଗ ଓ ସାଧାରଣ ଜନତାଙ୍କ ଜନ ସମାଧାନ ଅନୁଷ୍ଠିତ ହୋଇଯାଇଛି । ଗଞ୍ଜାମ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ମଧୁମିତା, ବ୍ରହ୍ମପୁର ଉପ-ଜିଲ୍ଲାପାଳ ଦୀନା ଦସ୍ତଗୀର , ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୁଧାଂଶୁ କୁମାର ଭୋଇ ଏହି ମିଳିତ ଅଭିଯୋଗ ଶୁଣାଣିରେ ଯୋଗ ଦେଇଥିଲେ I
ଏହି ଅଭିଯୋଗ ଶୁଣାଣିରେ ସମୁଦାୟ ୮୧ଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା । ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ୭୩ ଟି ଥିବାବେଳେ ଗ୍ରାମ୍ୟ ଅଭିଯୋଗ ୮ଟି ରହିଥିଲା ।
ଦୁଇଜଣଙ୍କୁ ରେଡ଼କ୍ରସ ପାଣ୍ଠିରୁ ୬୦୦୦ ଟଙ୍କା ପ୍ରଦାନ କରାଯାଇଥିଲା I ଗଞ୍ଜାମ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ୮ଟି ଅଭିଯୋଗର ତ୍ଵରିତ ଫଏସଲା କରିଥିଲେ I
ଆବେଦନ ଗୁଡ଼ିକ ଶୁଣାଣି କରି ସମସ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ପ୍ରେରଣ କରାଯାଇ ତୁରନ୍ତ ସମାଧାନ କରିବା ଦିଗରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ନିର୍ଦ୍ଦେଶ ପ୍ରଦାନ କରିଥିଲେ । ଏହି ଅଭିଯୋଗ ଶୁଣାଣି ସମୟରେ ଜିଲ୍ଲାର ସମସ୍ତ ଅଧିକାରୀ ମାନେ,ବ୍ରହ୍ମପୁର ଉପଖଣ୍ଡର ସମସ୍ତ ବି.ଡି.ଓ, ତହସିଲଦାର ଏହି ଯୁଗ୍ମ ଅଭିଯୋଗ ଶୁଣାଣିରେ ଉପସ୍ଥିତ ଥିଲେ।