ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

0

ପାରଳାଖେମଣ୍ଡି ( ବିପ୍ଲବୀ ପରିକ୍ରମା ):- ଗଜପତି ଜିଲ୍ଲା ସଦମହକୁମା ପାରଳାଖେମୁଣ୍ଡି ଠାରେ ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ସ୍ମୃତି ରଞ୍ଜନ ପ୍ରଧାନ, ଆରକ୍ଷୀ ଅଧିକ୍ଷକ ସ୍ଵାତୀ ଏସ. କୁମାର ପ୍ରମୁଖ ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ପାରଳାଖେମୁଣ୍ଡି ପୌର ପରିଷଦର ସମେତ ୫ ଗୋଟି ପଞ୍ଚାୟତର ସମୁଦାୟ ୧୩୨ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୧୧୨ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା- ୨୦ ଗୋଟି ଓ ୩୯ ଗୋଟି ଅଭିଯୋଗକୁ ତୁରନ୍ତ ସମାଧାନ କରାଯାଇଛି, ୩ ଜଣକୁ ମୁଖ୍ୟ ମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୩୦ ହାଜର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯାଇଛି।

ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା,ଜମି ପଟ୍ଟା ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା । ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡା.ପ୍ରଦୀପ କୁମାର ପାତ୍ର ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଏହି ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ।

LEAVE A REPLY

Please enter your comment!
Please enter your name here