ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

0

ଗଜପତି ( ବିପ୍ଲବୀ ପରିକ୍ରମା ):- ଗଜପତି ଜିଲ୍ଲା ସଦମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଅଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ବିଜୟ କୁମାର ଦାଶ, ଆରକ୍ଷୀ ଅଧିକ୍ଷକ ସ୍ଵାତୀ ଏସ. କୁମାର , ଜିଲ୍ଲା ବନଖଣ୍ଡ ଅଧିକାରୀ ଏସ.ଆନନ୍ଦ,ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ଗଜପତି ଡ଼.ଗୁଣନିଧି ନାୟକ ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ପାରଳାଖେମୁଣ୍ଡି ପୌର ପରିଷଦ ସମେତ କେରାଣ୍ଡି, କତଳକଇଠା, ବାଘଶାଳ, ରାଣୀପେଣ୍ଠ ଓ ସିଧାମାଡ଼ଙ୍ଗ ପଞ୍ଚାୟତର ସମୁଦାୟ – ୧୦୩ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୭୯ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା- ୨୪ ଗୋଟି ଓ ଗୋଟିଏ ଅଭିଯୋଗକୁ ତୁରନ୍ତ ସମାଧାନ କରାଯାଇଛି ।

ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା,ଜମି ପଟ୍ଟା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ ରାସ୍ତା ଓ ସ୍ଵାସ୍ଥ୍ୟ ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା । ସେହିପରି ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ଗୋସାଣୀ ବ୍ଲକ୍ ଅନ୍ତର୍ଗତ ଉତ୍ତରାସେଲି ଗ୍ରାମର କବିତା ବାରିକ ଓ ଖିରୋଦ ଚନ୍ଦ୍ର ଦାସଙ୍କୁ ସରକାରଙ୍କ ଦ୍ୱାରା ଧାର୍ଯ୍ୟ ମାନଦଣ୍ଡ ଯୁକ୍ତ ଭିନ୍ନକ୍ଷମ ବିବହା ପ୍ରୋତ୍ସାହନ ରାଶି ଦୁଇ ଲକ୍ଷ ପଚାଶ ହଜାର ଟଙ୍କା ଚେକ୍ ପ୍ରଦାନ କରାଯାଇଛି।ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ରେ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଏହି ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ।

LEAVE A REPLY

Please enter your comment!
Please enter your name here