ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ 

0

ଗଜପତି ( ବିପ୍ଲବୀ ପରିକ୍ରମା ):- ଗଜପତି ଜିଲ୍ଲା ସଦମହକୁମା ଠାରେ ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ସ୍ମୃତି ରଞ୍ଜନ ପ୍ରଧାନ, ଆରକ୍ଷୀ ଅଧିକ୍ଷକ ସ୍ଵାତୀ ଏସ. କୁମାର , ଅତିରିକ୍ତ ଜିଲ୍ଲାପାଳ ଶ ବୀରେନ୍ଦ୍ର କୁମାର ଦାସ ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରିଥିଲେ l   ଜିଲ୍ଲାର ପୈରପରିଷଦସମେତ ୭ଗୋଟି ବ୍ଲକର ସମୁଦାୟ ୧୦୩ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୮୬ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା- ୧୭ ଗୋଟି ଓ ୧୧ ଗୋଟି ଅଭିଯୋଗକୁ ତୁରନ୍ତ ସମାଧାନ କରାଯାଇଛି  ଏବଂ ୪ ଜଣକୁ ମୁଖ୍ୟ ମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୪୦ ହାଜର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯାଇଥିବା ବେଳେ ଜଣକୁ ରେଡ୍ କ୍ରସ୍ ପାଣ୍ଠି ତରଫରୁ ପାଞ୍ଚ ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯାଇଛି।

ଆଜିର ଏହି ଜନ ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା,ଜମି ପଟ୍ଟା, ରାସ୍ତା ସମସ୍ୟା ଭଳି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା । ଏହି ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମର ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଉପସ୍ଥିତ ଥିଲେ।

LEAVE A REPLY

Please enter your comment!
Please enter your name here