ପ୍ରଧାନ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍ ବିଆର୍ ଗୱାଇ

0
Oplus_131072

ବିପ୍ଲବୀ ପରିକ୍ରମା ଡିଜିଟାଲ :- ଜଷ୍ଟିସ୍‌ ଭୂଷଣ ରାମକୃଷ୍ଣ ଗୱାଇ ବୁଧବାର ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ ସମାରୋହରେ ଭାରତର ୫୨ତମ ପ୍ରଧାନ ବିଚାରପତି ଭାବେ ଶପଥ ଗ୍ରହଣ କରିଛନ୍ତି। ଦେଶର ସର୍ବୋଚ୍ଚ ନ୍ୟାୟିକ ପଦରେ ଜଷ୍ଟିସ୍ ସଞ୍ଜୀବ ଖାନ୍ନାଙ୍କ ସ୍ଥାନରେ ଜଷ୍ଟିସ୍ ବିଆର୍ ଗୱାଇଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶପଥ ପାଠ କରାଇଛନ୍ତି। ଶପଥ ଗ୍ରହଣ ପରେ ପ୍ରଧାନ ବିଚାରପତି ଜଷ୍ଟିସ୍‌ ଗୱାଇଙ୍କୁ ରାଷ୍ଟ୍ରପତି ମୁର୍ମୁ, ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଲୋକସଭା ବାଚସ୍ପତି ଓମ୍ ବିର୍ଲା ଓ କେନ୍ଦ୍ର କ୍ୟାବିନେଟ୍‌ର ଅନ୍ୟ ସଦସ୍ୟମାନେ ଅଭିନନ୍ଦନ ଜଣାଇଥିଲେ। ପୂର୍ବତନ ପ୍ରଧାନ ବିଚାରପତି ଜଷ୍ଟିସ୍ ସଞ୍ଜୀବ ଖାନ୍ନା ମଧ୍ୟ ତାଙ୍କ ଉତ୍ତରାଧିକାରୀଙ୍କୁ ଶୁଭେଚ୍ଛା ଜଣାଇବା ପାଇଁ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।

LEAVE A REPLY

Please enter your comment!
Please enter your name here