ବିପ୍ଲବୀ ପରିକ୍ରମା ଡିଜିଟାଲ :-:ଜ୍ୟୋତିଙ୍କ ପ୍ରାଥମିକ ତଦନ୍ତ ଶେଷ ହୋଇଛି,ପ୍ରାଥମିକ ଜେରାରେ ସତ ମାନିଛନ୍ତି ପାକିସ୍ତାନୀ ଗୁପ୍ତଚର ଜ୍ୟୋତି ମାଲହୋତ୍ରା l ପାକିସ୍ତାନୀ ଅଧିକାରୀଙ୍କ ସହ ସମ୍ପର୍କ ଥିବା ସ୍ପଷ୍ଟ କରିଛନ୍ତି l ତେବେ ଜ୍ୟୋତି ଙ୍କର ଏହା ‘ଟ୍ରାଭେଲ ୱିଥ୍ ଜୋ’ ନାମରେ ୟୁଟ୍ୟୁବ୍ ଚ୍ୟାନେଲ ଅଛି l ୨୦୨୩ରେ ପାକିସ୍ତାନ ଯିବା ପାଇଁ ଭିସା ଆବେଦନ କରିଥିଲେ lଭିସା ପାଇଁ ପାକିସ୍ତାନ ହାଇକମିସନ୍ କାର୍ଯ୍ୟାଳୟ ଅଫିସ ଯାଇଥିଲେ ଜ୍ୟୋତି l ସେଠାରେ ଅହସାନ-ଉର-ରହିମ ଓରଫ ଦାନିଶଙ୍କ ସହ ଜ୍ୟୋତିଙ୍କ ଭେଟ ହୋଇଥିଲା l ଦାନିଶ ସହ ଫୋନ୍ ଯୋଗେ ସମ୍ପର୍କ ରଖିଥିଲେ ଜ୍ୟୋତି l
ପାକିସ୍ତାନରେ ଦାନିଶଙ୍କ ସହାୟତାରେ ଗୁଇନ୍ଦା ଅଧିକାରୀଙ୍କୁ ଭେଟିଥିଲେ ଜ୍ୟୋତି l ପାକିସ୍ତାନ ଗୁଇନ୍ଦା ଅଧିକାରୀ ଶାକିରଙ୍କ ଫୋନ୍ ନମ୍ବର ରାଣା ରନ୍ଧାୱା ନାମରେ ସେଭ୍ କରିଥିଲେ l ହ୍ବାଟ୍ସଆପ୍, ଟେଲିଗ୍ରାମ୍ ଓ ସ୍ନାପ୍ ଚାଟ୍ ଜରିଆରେ ପାକ୍ ଗୁଇନ୍ଦା ସହ ସମ୍ପର୍କରେ ଥିଲେ ଜ୍ୟୋତି ମାଲହୋତ୍ରା l ଭାରତ ସୁରକ୍ଷା ସମ୍ପର୍କିତ ତଥ୍ୟ ଏହି ମାଧ୍ୟମରେ ପାକ୍ ଗୁପ୍ତଚରଙ୍କୁ ଦେଇଥିଲେ ଜ୍ୟୋତି l ତେବେ ପାକିସ୍ତାନ ଗୁଇନ୍ଦା ଅଧିକାରୀଙ୍କ ସହ ସମ୍ପର୍କରେ ଥିବା କଥା ପ୍ରାରମ୍ଭିକ ଜେରା ବେଳେ ସ୍ୱୀକାର କରିଛନ୍ତି ଜ୍ୟୋତି । କେବଳ ସେତିକି ନୁହେଁ ଦେଶ ସୁରକ୍ଷା ନେଇ ଗୁପ୍ତ ତଥ୍ୟ ପାକିସ୍ତାନ ଗୁପ୍ତଚରଙ୍କୁ ଦେଇଥିବା କଥା ସ୍ୱୀକାର କରିଛନ୍ତି ଜ୍ୟୋତି । ସେ ପାକିସ୍ତାନ ଯିବାଠାରୁ ଆରମ୍ଭ କରି ସେଠାରେ ଗୁଇନ୍ଦା ଅଧିକାରୀଙ୍କ ସମ୍ପର୍କରେ କେମିତି ଆସିଲେ ଓ କେଉଁଭଳି ଭାବେ ସବୁ ଗୁପ୍ତ ତଥ୍ୟ ସେ ସେୟାର କରୁଥିଲେ ସେ କଥା ସ୍ୱୀକାର କରିଛନ୍ତି ଜ୍ୟୋତି ମଲହୋତ୍ରା ।
ସେପଟେ ଫରେନ୍ସିକ ଯାଞ୍ଚ ବେଳେ ଜ୍ୟୋତିଙ୍କ ମୋବାଇଲରୁ ଭାରତୀୟ ସେନା ସହ ଜଡ଼ିତ ତଥ୍ୟ ହସ୍ତଗତ ହୋଇଛି । ସେହିପରି ଅପରେସନ୍ ସିନ୍ଦୂର ସମୟରେ ପାକିସ୍ତାନୀ ଦୂତାବାସ ଅଧିକାରୀଙ୍କ ସହ କରିଥିବା ହ୍ବାଟ୍ସଆପ୍ ଚାଟିଂ ମଧ୍ୟ ଜ୍ୟୋତି ଡିଲିଟ୍ କରିଥିବା ଫରେନ୍ସିକ ଯାଞ୍ଚବେଳେ ଜଣାପଡିଛି । ସାଇରନ୍ ବାଜିବାଠାରୁ ଆରମ୍ଭ କରି ପ୍ରଶାସନିକ ଅଧିକାରୀଙ୍କୁ ପଠାଯାଇଥିବା ବ୍ଲାକ୍ଆଉଟ୍ ସଂକ୍ରାନ୍ତ ସବୁ ତଥ୍ୟ ପାକ୍ ଅଧିକାରୀଙ୍କ ସହ ସେୟାର କରିଥିଲେ ଜ୍ୟୋତି । ଯାହାକୁ ପରେ ଡିଲିଟ୍ କରିଦେଇଥିଲେ । ମାତ୍ର ଏବେ ଫରେନ୍ସିକ୍ ଯାଞ୍ଚ ପରେ ଧିରେ ଧିରେ ଜ୍ୟୋତିଙ୍କ ସବୁ ଷଡ୍ଯନ୍ତ୍ର ଧରାପଡୁଛି ।