କମିଲା ବର୍ଷା, ବଢିବ ତାତି

0

ବିପ୍ଲବୀ ପରିକ୍ରମା ଡିଜିଟାଲ :- ବର୍ତ୍ତମାନ ରାଜ୍ୟରେ ବିଶେଷ ବର୍ଷା ସମ୍ଭାବନା ନାହିଁ । ଆଜିଠୁ ପୁଣି ବଢିବ ତାତି । ୫ରୁ ୬ ଦିନ ମଧ୍ୟରେ ତାପମାତ୍ରା ପ୍ରାୟ ୨ରୁ ୪ଡିଗ୍ରୀ ସେଲସିୟସ ବୃଦ୍ଧି ପାଇପାରେ ବୋଲି ପୂର୍ବନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।ଉତ୍ତର-ପୂର୍ବ ଆସାମ ଓ ଆଖପାଖ ଅଞ୍ଚଳରେ ରହିଥିବା ଲଘୁଚାପ କ୍ଷେତ୍ର ଏବେ ଅସ୍ପଷ୍ଟ ହେବାରେ ଲାଗିଛି । ତଥାପି ସଂପୃକ୍ତ ଘୂର୍ଣ୍ଣିବଳୟ ସେହି ଅଞ୍ଚଳ ଉପରେ ରହିଛି । ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁର ଉତ୍ତର ସୀମା ମୁମ୍ବାଇ, ଭବାନୀପାଟଣା, ପୁରୀ, ସ୍ୟାଣ୍ଡହେଡ୍ ଦ୍ବୀପ ଦେଇ ଗତି କରୁଛି ।ଫଳରେ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ଏବଂ ଉପକୂଳ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଯାଇଛି। ଆଜି ମୟୂରଭଞ୍ଜ, ବାଲେଶ୍ବର ଓ ଭଦ୍ରକ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ। ଏହି ୩ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

LEAVE A REPLY

Please enter your comment!
Please enter your name here