ବିପ୍ଲବୀ ପରିକ୍ରମା ବ୍ୟୁରୋ :-:ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ସେପ୍ଟେମ୍ବର ୧ ତାରିଖରେ ମାନେ ଆଜି ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ କିଛି ସ୍ଥାନରେ ପ୍ରବଳ ବର୍ଷା ହେବ । ଏଥିପାଇଁ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଓ ନୂଆପଡ଼ା ଜିଲ୍ଲାକୁ ୱାର୍ଣ୍ଣି ଜାରି କରିଛି ପାଣିପାଗ ବିଭାଗ । ସେହିପରି ୨ ଓ ୩ ତାରିଖରେ ବର୍ଷା ରହିଲେ ମଧ୍ୟ ସେଭଳି କିଛି ସତର୍କ ସୂଚନା ଜାରି କରାଯାଇନାହିଁ ।
ବଙ୍ଗୋପସାଗରରେ ଅବପାତ ରୂପ ନେଲା ସୁଦୃଶ୍ୟ ଲଘୁଚାପ । ପଶ୍ଚିମକେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତରପୂର୍ବ ବଙ୍ଗୋପସାଗରରେ ଅବପାତ ରୂପ ନେଇଛି । କ୍ରମଶଃ ଏହା ପଶ୍ଚିମ-ଉତ୍ତରପଶ୍ଚିମକୁ ମୁହାଁଇ ମଧ୍ୟ ରାତିରେ ଉପକୂଳ ଅତିକ୍ରମ କରିବ । ଉତ୍ତର ଆନ୍ଧ୍ର ଓ ସଂଲଗ୍ନ ଦକ୍ଷିଣ ଓଡିଶା ଉପକୂଳ ଅତିକ୍ରମ କରିବ । ବର୍ତ୍ତମାନ କଳିଙ୍ଗପାଟ୍ଟନମ ଠାରୁ ୮୦ କିମି, ଗୋପାଳପୁର ଠାରୁ ୧୮୦ କିମି ଦୂରରେ ରହିଛି ଅବପାତ । ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଅନ୍ୟପଟେ ୪ ତାରିଖରେ ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷା ରହିବ । ସେହିପରି ୫ ଓ ୬ ତାରିଖରେ ମଧ୍ୟ ରାଜ୍ୟରେ ବର୍ଷା ଲାଗି ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।ଅନ୍ୟପଟେ ଚଳିତ ମୌସୁମୀ ସିଜିନରେ ରାଜ୍ୟରେ ଜୁନ ୧ରୁ ଏଯାବତ ୮୨୪. ୯ ମିମି ବର୍ଷା ରେକର୍ଡ ହୋଇଛି । ଏବେ ବି ୧୦ ପ୍ରତିଶତ ନିଅଣ୍ଟିଆ ବର୍ଷା ରହିଛି । ୯୦୬. ୫ ମିମି ବର୍ଷା ସ୍ୱାଭାବିକ ରହିବା କଥା । ବର୍ତ୍ତମାନ ସୁଦ୍ଧା ୧ ଜିଲ୍ଲାରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ହୋଇଥିବା ବେଳେ ୨୦ ଜିଲ୍ଲାରେ ସ୍ୱାଭାବିକ ବର୍ଷା ଓ ୯ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି । ସେପଟେ ଗତ ୨୪ ଘଣ୍ଟା ଅନେକ ସ୍ଥାନରେ ହାଲୁକରୁ ମଧ୍ୟମ ଧରଣର ବର୍ଷା ରେକର୍ଡ ହୋଇଥିବା ବେଳେ ମାଲକାନଗିରିରେ ସର୍ବାଧିକ ୧୦୭.୦୦ ମିମି ବର୍ଷା ରେକର୍ଡ କରାଯାଇଛି ।