ପୁରୀ ( ବିପ୍ଲବୀ ପରିକ୍ରମା ଡିଜିଟାଲ ):- ନୂଆବର୍ଷରୁ ଶ୍ରୀମନ୍ଦିରରେ ନୂଆ ଦର୍ଶନ ବ୍ୟବସ୍ଥା। ଜାନୁଆରୀ ପହିଲାରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ଧାଡି ଦର୍ଶନ ବ୍ୟବସ୍ଥା । ଡିସେମ୍ୱର ୨୭ ଓ ୨୮ ସୁଦ୍ଧା ପରିବର୍ତ୍ତନ ପ୍ରକ୍ରିୟା କ୍ରିୟାନ୍ୱୟନ ହୋଇଯିବ। ଗତକାଲି ମୁଖ୍ୟ ପ୍ରଶାସକଙ୍କ ସହ ସମୀକ୍ଷା କରିବା ପରେ ଏହା କହିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ତେବେ ପରୀକ୍ଷା ମୂଳକ ଭାବେ ୩୦ ଏବଂ ୩୧ରେ ଧାଡି ଦର୍ଶନ ହେବ। ୧ ତାରିଖରୁ ନିୟମିତ ଦର୍ଶନ ପ୍ରକ୍ରିୟାକୁ ଆସିବ। ଭକ୍ତମାନେ ସାତ ପାହାଚ ଦ୍ଵାର ଦେଇ ପ୍ରବେଶ କରିବାକୁ ଥିବାବେଳେ ଘଣ୍ଟି ଏବଂ ଗାରଦ ଦ୍ଵାରରେ ପ୍ରସ୍ଥାନ କରିବେ । ଘଣ୍ଟି ଦ୍ଵାରରେ ମହିଳା ଏବଂ ବରିଷ୍ଠ ନାଗରିକମାନେ ପ୍ରସ୍ଥାନ କରିବେ ଏବଂ ଗାରଦ ଦ୍ଵାରରେ ପୁରୁଷମାନେ ଜଗା ଦର୍ଶନ କରିବେ।